କେସି କ୍ଲବର ସାଧାରଣ ପରିଷଦ ବୈଠକ, ଆୟୋଜିତ ହେବ ମାଗଣା ସ୍ୱାସ୍ଥ୍ୟ ଶିବିର

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବ ପୂରାତନ ତଥା ଅଗ୍ରଣୀ ଅନୁଷ୍ଠାନ କେସି କ୍ଲବର ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ ହୋଇ ଯାଇଛି। କ୍ଳବ ସଭାପତି ଭାଗିରଥି ଦାସଙ୍କ ପୌରୋହିତ୍ୟରେ ଆୟୋଜିତ ଏହି ବୈଠକରେ କ୍ଲବର ବାର୍ଷିକ ଆୟ ବ୍ୟୟ ଉପସ୍ଥାପନ କରାଯିବା ସହିତ ଏହା ଉପରେ ସଦସ୍ୟ ମାନେ ଆଲୋଚନା କରି ସର୍ବସମ୍ମତି କ୍ରମେ ଅନୁମୋଦନ କରିଥିଲେ। କ୍ଲବର ପଶ୍ଚିମ ପାର୍ଶ୍ଵରେ ସିଡ଼ିଘର ନିର୍ମାଣ ସହିତ ଉପରେ ଏକ ଡର୍ମୀଟୋରି ନିର୍ମାଣ ପାଇଁ ଏକ ପ୍ରସ୍ତାବ ଗ୍ରହଣ କରା ଯାଇଥିଲା। ଏହା ସହିତ ଆଗାମୀ ଦିନରେ  ଏକ ମାଗଣା ସ୍ୱାସ୍ଥ୍ୟ ଶିବିର କ୍ଳବ ପକ୍ଷରୁ ଆୟୋଜନ କରାଯିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ସେହିପରି କ୍ଲବର ଉନ୍ନତି ପାଇଁ ଉପସ୍ଥିତ ସଦସ୍ୟ ମାନେ ସେମାନଙ୍କ ସୁଚିନ୍ତିତ ମତାମତ ପ୍ରଦାନ କରିଥିଲେ। ଏହି ବୈଠକରେ ଉପ ସଭାପତି ଭବାନୀ ଶଙ୍କର ଦାସ, ସମ୍ପାଦକ ସଂଗ୍ରାମ କେଶରୀ ଗୁମାନସିଂ, ସହ ସମ୍ପାଦକ ଚନ୍ଦନ ମହାପାତ୍ର, କୋଷାଧ୍ୟକ୍ଷ ସାରଦା ପ୍ରସାଦ ମହାପାତ୍ର ପ୍ରମୁଖ ମଞ୍ଚାସିନ ଥିବା ବେଳେ କ୍ଲବର ବହୁ ସଦସ୍ୟ ଉପସ୍ଥିତ ଥିଲେ।

Related posts