ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଜିଲ୍ଲା ସ୍ତରୀୟ ଲୋକନୃତ୍ୟ (ଫଲ୍କ ଡ୍ୟାନ୍ସ) ପ୍ରତିଯୋଗିତା ଶୁକ୍ରବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇ ଯାଇଛି। ଏଥିରେ ଜିଲ୍ଲାର ୮ଟି ବ୍ଲକରେ ଥିବା ବିଦ୍ୟାଳୟର ୪୭ ଜଣ ପ୍ରତି ଯୋଗୀ ଯୋଗ ଦେଇଥିଲେ। ବ୍ରଜେନ୍ଦ୍ର ହାଇସ୍କୁଲର ପ୍ରଧାନ ଶିକ୍ଷକ ଉମାକାନ୍ତ ସେଠୀ, ବରିଷ୍ଠ ଶିକ୍ଷକ ବଟ କିଶୋର ମହାପାତ୍ରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ବିଜ୍ଞାନ ପରିଦର୍ଶକ ଶରତ ଚନ୍ଦ୍ର ସାହୁ ଆଗେଇ ନେଥିବାବେଳେ ବିଚାରକ ଭାବେ ବରିଷ୍ଠ ସାମ୍ବାଦିକ ରାମକୃଷ୍ଣ ରଥ, ନାଟ୍ୟକାର ପ୍ରଧାନୀ ବୃନ୍ଦାବନ ମହାପାତ୍ର, ସଂଗୀତ ସଂଯୋଜକ ଗୋପୀନାଥ ସେଠୀ ପ୍ରମୁଖ ବିଚାରକ ଭାବେ ଯୋଗ ଦେଇଥିଲେ। ଏଥିରେ ନୟାଗଡ଼ ବ୍ଲକର ଲାଠିପଡ଼ା ହାଇସ୍କୁଲ ପ୍ରଥମ ହୋଇ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାପାଇଁ ମନୋନୀତ ହୋଇଛନ୍ତ। ସେହିପରି ଦଶପଲ୍ଲା ବ୍ଲକର ଓଡିଶା ଆଦର୍ଶ ବିଦ୍ୟାଳୟ ଦ୍ଵିତୀୟ ସ୍ଥାନ ଅଧିକାର କରିଥିବାବେଳେ ଭାପୁର ବ୍ଲକର ବାଲୁଙ୍କେଶ୍ୱର ଦେବ ବିଦ୍ୟାପୀଠ ତୃତୀୟ ସ୍ଥାନ ଅଧିକାର କରିଥିବା ଜଣାପଡିଛି। ଜିଲ୍ଲା ସ୍ତରରେ କୃତିତ୍ୱ ଅର୍ଜନ କରିଥିବା ତିନୋଟି ଦଳକୁ ଆର୍ଥିକ ପୁରସ୍କାର ସହ ସାର୍ଟିଫିକେଟ ପ୍ରଦାନ କରାଯାଇଛି।
Related posts
-
ଗାନ୍ଧୀ ଦର୍ଶନ ଏବଂ ବିଚାର ପ୍ରାସଙ୍ଗିକତା ସମ୍ପର୍କିତ ଆଲୋଚନାଚକ୍ର, ତ୍ରିରଙ୍ଗା ଯାତ୍ରା
ନୟାଗଡ଼, (ନୟାଗଡ଼ ଦର୍ପଣ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ପୁଣ୍ୟ ଜନ୍ମତିଥିରେ ଗାନ୍ଧୀ ବିଚାର ପ୍ରଚାର ପ୍ରଚାର ମଞ୍ଚ ଆନୁକୂଲ୍ୟରେ... -
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ହାଉସିଂ ବୋର୍ଡ କଲୋନୀ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ଗାନ୍ଧୀଜୀଙ୍କ ୧୫୫ତମ ଓ ଶାସ୍ତ୍ରୀଜୀଙ୍କ ୧୨୦... -
ବିଭିନ୍ନ ଶିଳ୍ପ ପରିଦର୍ଶନ କଲେ ସ୍ଵୟଂଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ଛାତ୍ରଛାତ୍ରୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ଵୟଂଶାସିତ ମହାବିଦ୍ୟାଳୟର ବାଣିଜ୍ୟ ବିଭାଗ ତରଫରୁ ଶିଳ୍ପ ପରିଦର୍ଶନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଏହି ପରିଦର୍ଶନରେ...