ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶରେ କଲେଜ ମାନଙ୍କରେ “ସୁଭଦ୍ରା” ଯୋଜନା ସମ୍ପର୍କିତ ବିଭିନ୍ନ ପ୍ରତିଯୋଗୀତା ଅନୁଷ୍ଠିତ ହୋଇଯାଇଛି । ସୁଭଦ୍ରା ଯୋଜନାର ସଫଳ ରୁପାୟନ ନିମନ୍ତେ ଏଭଳି କାର୍ଯ୍ୟକ୍ରମ କରାଯାଉଥିବା ଜଣାପଡିଛି। ଏନେଇ ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିପିନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇଦିନିଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। “ସୁଭଦ୍ରା ମହିଳା ସଶକ୍ତି କରଣ ପାଇଁ ଏକ ମାଧ୍ୟମ” ଉକ୍ତ ବିଷୟ ବସ୍ତୁକୁ ନେଇ ବକ୍ତୃତା, ଚିତ୍ରାଙ୍କନ, ମୁରୂଜ, ଚିତ୍ରତ୍ତୋଳନ ଆଦି ପ୍ରତିଯୋଗୀତା ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଛି। ଅଧ୍ୟାପିକା ସ୍ମିତା ସ୍ବାଇଁ, ନିବେଦିତା ସାହୁ ଓ ବୈଶାଳୀ ନନ୍ଦଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ପରିଚାଳିତ ହୋଇଥିଲା।
Related posts
-
ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଶ୍ରେଷ୍ଠ ୫ରେ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ
January 11, 2025 Jajati Comments Off on ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତାରେ ଶ୍ରେଷ୍ଠ ୫ରେ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନନୟାଗଡ଼,(ନୟାଗଡ଼ ଦର୍ପଣ): ଭୁବନେଶ୍ୱର ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ଯୁବ ସଂସଦ ପ୍ରତିଯୋଗିତା-୨୦୨୫ରେ ଶ୍ରେଷ୍ଠ ୫ରେ ନୟାଗଡ଼ ଏନଏସି ହାଇସ୍କୁଲର ଛାତ୍ର ପ୍ରିୟରଞ୍ଜନ... -
‘ଏଥୁ ଅନନ୍ତରେ’ର ପାଠକୀୟ ଚର୍ଚ୍ଚା
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ପଞ୍ଚାୟତ ସମିତି ସଭାକକ୍ଷରେ ବିଶ୍ଵନାଥ ମହାପାତ୍ରଙ୍କ ସଦ୍ୟ ପ୍ରକାଶିତ ଉପନ୍ୟାସ ‘ଏଥୁ ଅନନ୍ତରେ’ ର ପାଠକୀୟ... -
ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତ ପାଇଁ ପ୍ରଚାର
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ୍ ସେବା ପ୍ରାଧି କରଣ ଅଧ୍ୟକ୍ଷ ଆନନ୍ଦ ନାରାୟଣ ମହାରଣା ଏବଂ ସଚିବ...