ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଶିକ୍ଷା କାର୍ଯ୍ୟାଳୟ ଅଧୀନରେ ଥିବା ସଂପଡା କ୍ଲଷ୍ଟର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ରେ ଆଜି କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ମୁଖ୍ୟ ଅତିଥି ଭାବେ ମାଇଛେଳି ଗ୍ରାମପଞ୍ଚାୟତ ସରପଞ୍ଚ ସ୍ୱାଗତିକା ପ୍ରିୟଦର୍ଶିନୀ ପ୍ରଧାନ ଯୋଗଦେଇ ଶିଶୁ ମାନଙ୍କ ବିକାଶ ଉପରେ ଗୁରୁତ୍ୱାରୋପ କରିଥିଲେ।ସମ୍ମାନୀତ ଅତିଥି ଭାବେ ଚିନ୍ତାମଣି ବିଦ୍ୟାପୀଠର ଶିକ୍ଷକ ବିନାୟକ ପରିଡ଼ା, ହରିହର ତ୍ରିପାଠୀ, ହ୍ରୁଶିକେଶ ପ୍ରଧାନଙ୍କ ସହିତ ଶିକ୍ଷକ ପ୍ରମୋଦ କୁମାର ଖଣ୍ଡୁଆଳ, ସୁଧିର ପ୍ରଧାନ, ପ୍ରଧାନଶିକ୍ଷକ ପୁଲୋଚନ କହଁର, ଶିକ୍ଷୟତ୍ରୀ ଶଞ୍ଜୁକ୍ତା ପରିଡା, ପ୍ରଭାତି ପରିଡା ପ୍ରମୁଖ ଯୋଗଦେଇଥିଲେ। ସଂପଡା କ୍ଲଷ୍ଟରରେ ଥିବା କାଣିଗିରି, କୃଷ୍ଣଚନ୍ଦପୁର, ମାଇଛେଳି, ପାରାଢିପି, ଗୋହିରିବାଦୁ ଆଦି ବିଦ୍ୟାଳୟର ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ। ଏହି ସୁରଭି କାର୍ଯ୍ୟକ୍ରମରେ କୁଇଜ୍, ଇଲୋକୁସନ୍, ଚିତ୍ରାଙ୍କନ, ଗୀତ, ନୃତ୍ୟ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ପ୍ରତିଯୋଗିତାରେ କ୍ଲଷ୍ଟରରେ ଥିବା ଛାତ୍ରଛାତ୍ରୀମାନେ ଅଂଶ ଗ୍ରହଣ କରିଥିଲେ। ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ସିଆରସିସି କୈଳାଶ ନାୟକ।
Related posts
-
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଆସନ୍ତା ୨୨ ତାରିଖ... -
ନୂଆଗାଁ ବ୍ଲକ୍ ପାଇଁ ଗୌରବ ଆଣିଲେ ଶିବାନୀ
“ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ଉତ୍ତୀର୍ଣ୍ଣ ନୂଆଗାଁ, (ନୟାଗଡ଼ ଦର୍ପଣ):... -
ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
December 14, 2024 Jajati Comments Off on ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲାନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ...