ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଦୁରୁଦୁରା କ୍ଲଷ୍ଟର ସିଆରସିସି ରାକେଶ କୁମାର ଘଡେ଼ଇଙ୍କ ତତ୍ବାବଧାନରେ ଦୁରୁଦୁରା କ୍ଳଷ୍ଟରରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ହେଉଛି ଶିଶୁମାନଙ୍କ ଭିତରେ ଥିବା ପ୍ରତିଭାକୁ ବିକଶିତ କରିବା ବୋଲି ସିଆରସିସି କହିଥିଲେ। ଶିଶୁ ମହୋତ୍ସବ ସୁରଭିରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମ ଗୀତ, ନୃତ୍ୟରେ ବିଚାରକ ଭାବେ ରକ୍ ଷ୍ଟାର ନୃତ୍ୟ ଏକାଡେମୀ କୋରିଓ ଗ୍ରାଫର ଅରବିନ୍ଦ ବାରିକ, ଶାବରୀ ପରମଗୁରୁ ଯୋଗଦେଇଥିଲେ। ବିଭିନ୍ନ ପ୍ରତିଯୋଗିତାରେ ୨୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ। ଚାହାଳି କ୍ଲଷ୍ଟର ସିଆରସିସି ବିଭୂତି ଭୂଷଣ ମିଶ୍ରଙ୍କ ତତ୍ବାବଧାନରେ ଜନଶକ୍ତି ହାଇସ୍କୁଲ୍ ଚାହାଳିରେ , ବିଜୟ କୁମାର ବେହେରାଙ୍କ ତତ୍ବାବଧାନରେ ନୀଳାଦ୍ରିପୁର କ୍ଲଷ୍ଟରରେ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ନିଲାଦ୍ରିପୁର କ୍ଲଷ୍ଟରରେ ଅନୁଷ୍ଠିତ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଉମେଶ ଚନ୍ଦ୍ର ପରିଡା, ସମ୍ମାନୀତ ଅତିଥି ଭାବେ ସୁରେନ୍ଦ୍ର କୁମାର ସାହୁ ଯୋଗଦେଇ ଚିତ୍ରାଙ୍କନ, ଗୀତ, ନୃତ୍ୟ ଆଦି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରିଥଲେ।
Related posts
-
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା
ନୟାଗଡ଼,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଦଶପଲ୍ଲା ବ୍ଲକ ଅଡିସନ ଆସନ୍ତା ୨୨ ତାରିଖ... -
ନୂଆଗାଁ ବ୍ଲକ୍ ପାଇଁ ଗୌରବ ଆଣିଲେ ଶିବାନୀ
“ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ଉତ୍ତୀର୍ଣ୍ଣ ନୂଆଗାଁ, (ନୟାଗଡ଼ ଦର୍ପଣ):... -
ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
December 14, 2024 Jajati Comments Off on ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲାନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ...