ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ଶେଷ ସପ୍ତାହରେ ଆରମ୍ଭ ହେବାକୁ ଯାଉଛି। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ପ୍ରଫୁଲ କୁମାର ନାୟକ, କୃପାସିନ୍ଧୁ କରଣ, ପଦ୍ମ ଚରଣ ସାହୁ, ରବୀନ୍ଦ୍ର ନାଥ ମହାପାତ୍ର, ସତ୍ୟରଞ୍ଜନ ଦାଶ, କୃଷ୍ଣପ୍ରିୟା ଦାଶ, ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।
Related posts
-
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ... -
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନ
January 23, 2025 Jajati Comments Off on ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ନେତାଜୀ ସୁବାଷ ଚନ୍ଦ୍ର ବୋଷ ଓ ବୀର ସୁରେନ୍ଦ୍ର ସାଏ ଜୟନ୍ତୀ ପାଳନନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ପାଳନ ହୋଇଯାଇଛି ନେତାଜୀ ସୁବାଷ ଚନ୍ଦ୍ର... -
ବୀର ସୁରେନ୍ଦ୍ର ସାଏ ଓ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ର ଦୁଇ ବରପୁତ୍ର ମହାନ ସଂଗ୍ରାମୀ, ଭାରତୀୟ ସ୍ଵାଧୀନତା ସଂଗ୍ରାମର ଅଗ୍ରଦୂତ ବୀର ସୁରେନ୍ଦ୍ର ସାଏ...