ନୟାଗଡ଼,(ନୟାଗଡ଼ ଦର୍ପଣ): ଲାଠିପଡାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ କଳା ସମାଜ ଆନୁକୁଲ୍ୟରେ ଗାନ୍ଧୀଜୀଙ୍କ ଚିନ୍ତାଧାରାକୁ ନେଇ ଏକ ଆଲୋଚନାଚକ୍ର ଅଧ୍ୟକ୍ଷ ଡକ୍ଟର ମାନସ ରଞ୍ଜନ ଶତପଥୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଅଛି। ପ୍ରଖ୍ୟାତ ସାହିତ୍ୟିକ ତଥା ଗାନ୍ଧୀ ଆଲୋଚକ ଡକ୍ଟର ବିଜୟ କୁମାର ଚୌଧୁରୀ ଯୋଗଦେଇ ‘ଗାନ୍ଧୀ ବିଚାର; ସମକାଳ ପ୍ରାସଙ୍ଗିକତା’ ଉପରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ। ଆଧୁନିକ ସମାଜରେ ଗାନ୍ଧୀ ଚେତନାର ଉପଯୋଗିତା ତଥା ଦୈନନ୍ଦିନ ଜୀବନରେ ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ କାର୍ଯ୍ୟ କରିବା ଉପରେ ଛାତ୍ରଛାତ୍ରୀମାନଙ୍କୁ ପ୍ରେରିତ କରିଥିଲେ। ପ୍ରାୟ ୨୦୦ କଳା ଛାତ୍ରଛାତ୍ରୀମାନଙ୍କୁ ନେଇ ଆୟୋଜିତ ଆଲୋଚନା ଚକ୍ରରେ ମଧୁସ୍ମିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିବା ସହ ଡକ୍ଟର ଜ୍ୟୋତ୍ସ୍ନାରାଣୀ କର ଧନ୍ୟବାଦ ଅର୍ପଣ କରିଥିଲେ। ଛାତ୍ର ପ୍ରତିନିଧି ଚିନ୍ମୟ ପ୍ରସାଦ ବେହେରା ମଞ୍ଚ ପରିଚାଳନା କରିଥିବାବେଳେ ସୁନୀଲ କୁମାର ମଲ୍ଲିକ, ଡକ୍ଟର ଜୟରାମ ସିଂ ସାମଲ, ପ୍ରଜ୍ଞାନ୍ସ ରଞ୍ଜନ ସାହୁ, ଦୀପିକା ରାଣୀ ତୁରୁକ, ବିଜୟିନୀ ଶୁଭଦର୍ଶିନୀ, ପ୍ରମୁଖ ଏହି ସଭାରେ ଉପସ୍ଥିତ ଥିଲେ।
Related posts
-
ନୟାଗଡ଼ ଜିଲ୍ଲା ମହୋତ୍ସବକୁ ନେଇ ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାସ ତା.୨୪ ରୁ ୨୮ ତାରିଖ ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା, କୃଷି-ଯନ୍ତ୍ରପାତି... -
“ସ୍ମାଇଲ ନୟାଗଡ଼” ପକ୍ଷରୁ ଉଲ୍ଲାସ ଉତ୍ସବ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି... -
ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତ
December 18, 2024 Jajati Comments Off on ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଜେମାଦେଇପୁର ପାଟଣା ରାଜପାଟଣା ମିନି ଷ୍ଟାଡିୟମ ଠାରେ ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର...