ବିଜେଡିର ପଦଯାତ୍ରା ପାଇଁ ପ୍ରସ୍ତୁତି ବୈଠକ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପଦଯାତ୍ରା ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ କର୍ମୀଙ୍କୁ ଗୁରୁମନ୍ତ୍ର ଦେଇଥିଲେ। ପୂର୍ବରୁ ବିଜୁ ଜନତା ଦଳ ଯେଉଁଭଳି ଢଙ୍ଗରେ ସମସ୍ତ କାର‌୍ୟ୍ୟ କରୁଥିଲା ସେହି ସମାନ ଢଙ୍ଗରେ ସମସ୍ତ କାର୍ଯ୍ୟ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଗାମୀ ଦିନରେ ସରକାରଙ୍କ ବିଫଳତାକୁ ନେଇ ପ୍ରତ୍ୟେକ ସ୍ତରରେ ଆନ୍ଦୋଳନକୁ ତୀବ୍ରତର କରିବା ପାଇଁ କର୍ମୀମାନଙ୍କୁ ଆହ୍ୱାନ ଦେଇଥିଲେ । ଲୋକଙ୍କୁ ମିଛ ପ୍ରତିଶୃତି ଦେଇ ଆସିଥିବା ସରକାରଙ୍କୁ ଉଚିତ ଜବାବ ଦେବା ପାଇଁ କର୍ମୀ ଓ ନେତା ମାନଙ୍କୁ ପରାମର୍ଶ ଦେଇଥିଲେ।

ଆସନ୍ତା ୯ ତାରିଖରେ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ସଦସ୍ୟତା ଗ୍ରହଣ ଶୁଭାରମ୍ଭ କରିବେ । ଏହି ଅବସରରେ ସମସ୍ତ ନେତା ଓ କର୍ମୀମାନେ ଜୁମ ମାଧ୍ୟମରେ ସାମିଲ ହେବା ପାଇଁ ଆହ୍ୱାନ ଦେଇଥିଲେ । ଗ୍ରାମାଞ୍ଚଳରୁ ସହରାଞ୍ଚଳ ପର‌୍ୟ୍ୟନ୍ତ ବିଜେଡି ସଦସ୍ୟତାକୁ ଗୁରୁତର ଦେବାକୁ ପରାମର୍ଶ ଦେଇଥିଲେ । ଦଶହରା ପର୍ବ ରହୁଥିବାରୁ ଆସନ୍ତା ୨୩ ତାରିଖରେ ଓଡ଼ଗାଁରେ ପଦଯାତ୍ରା ହେବା ସହ ୨୫ ତାରିଖରେ ନୟାଗଡ଼ରେ ପଦଯାତ୍ରା କରିବା ପାଇଁ ଆହ୍ୱାନ ଦେଇଥିଲେ । ଆଜିର ଏହି କାର‌୍ୟ୍ୟକ୍ରମରେ ନୟାଗଡ଼ ବ୍ଲକ ଅଧ୍ୟକ୍ଷ କିଶୋର ଚନ୍ଦ୍ର ସାହୁ, ଉପାଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ସାହୁ, ନୟାଗଡ଼ ପୌରାଧ୍ୟକ୍ଷା ନିରୁପମା ଖଟେଇ, ଉପାଧ୍ୟକ୍ଷ ଗୁରୁପ୍ରସାଦ ଜେନା, ଜିଲ୍ଲା ପରିଷଦ ସରୋଜ ରଣସିଂ, ସୁବାଷ କଅଁର, କ୍ଷୀରୋଦ ମହାପାତ୍ର ଓ ଆଶିଷ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହିଥିଲେ । ଜିଲ୍ଲା ଯୁବ ବିଜେଡି ସଭାପତି ଦୁର‌୍ୟ୍ୟୋଧନ ବେହେରା, ଛାତ୍ର ବିଜେଡି ସଭାପତି ନୀଳମାଧବ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ। ଏଥି ସହିତ ପ୍ରତ୍ୟେକ ପଞ୍ଚାୟତର ସରପଞ୍ଚ  ସମିତି ସଭ୍ୟ ଓ ବରିଷ୍ଠ ନେତୃମଣ୍ଡଳୀ ମାନେ ଯୋଗ ଦେଇଥିଲେ।

Related posts