ନୟାଗଡ଼ କଲେଜର ପ୍ରାଚୀରପତ୍ର ‘ବର୍ଣ୍ଣାଳୀ’ର ଶାରଦୀୟ ବିଶେଷାଙ୍କ ଉନ୍ମୋଚିତ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସ୍ବୟଂଶାସିତ ମହାବିଦ୍ୟାଳୟର ପ୍ରାଚୀରପତ୍ର ‘ବର୍ଣ୍ଣାଳୀ’ର ଶାରଦୀୟ ବିଶେଷାଙ୍କ ନୟାଗଡ଼ ବିଧାୟକ ଡ. ଅରୁଣ କୁମାର ସାହୁଙ୍କ କରକମଳରେ ମହାବିଦ୍ୟାଳୟ ପରିସରରେ ଉନ୍ମୋଚିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଡ. ସାହୁ ଯୋଗଦେଇ ‘ବର୍ଣ୍ଣାଳୀ’ର ଶାରଦୀୟ ବିଶେଷାଙ୍କ ଉନ୍ମୋଚନ କରିବା ସହିତ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିଥିଲେ। ଯୁବ ସମାଜ ତଥା ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ସୃଜନଶୀଳତାର ବିକାଶ କିଭଳି ହୋଇପାରିବ ସେ ସମ୍ପର୍କରେ ଛାତ୍ରଛାତ୍ରୀମାନଙ୍କୁ ଉପଦେଶ ପ୍ରଦାନ କରିଥିଲେ । ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. ବିପିନ କୁମାର ପଟ୍ଟନାୟକ, ପରୀକ୍ଷା ନିୟନ୍ତ୍ରକ ଡ. ଜାନକୀ ନାଥ ଦାସ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହି ଛାତ୍ରଛାତ୍ରୀ ମାନଙ୍କୁ ସୃଜନାତ୍ମକ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଅଧ୍ୟାପକ ହରେକୃଷ୍ଣ ଦାସ, ଅଧ୍ୟାପିକା ସ୍ମିତା ସ୍ବାଇଁ, ଟୁନି ପରିଡା ଓ ଅନିତା ସାମନ୍ତରାୟ ସହଯୋଗ କରିଥିଲେ । ମହାବିଦ୍ୟାଳୟର ସମସ୍ତ କର୍ମଚାରୀ ଏହି ଶାରଦୀୟ ବିଶେଷାଙ୍କରେ ପ୍ରକାଶିତ ହେବା ନିମନ୍ତେ ସମସ୍ତ କର୍ମଚାରୀ ଅଂଶଗ୍ରହଣ କରିଥିଲେ ।

Related posts