ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଓଡିଶା ର ବରପୁତ୍ର କିମ୍ବଦନ୍ତୀ ପୁରୁଷ ପୁଣ୍ଯାତ୍ମା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ। ଏହି ଅବସରରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାନ ଯୋଦ୍ଧା ତଥା ମହାନ୍ ଦେଶ ସେବକ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ହୋଇ ଯାଇଛି। ପ୍ରଥମେ ବିଦ୍ଯାଳୟ ପରିସରରେ ସ୍ଥାପିତ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ବିଦ୍ଯାଳୟ ରେ କାର୍ଯ୍ୟରତ ବରିଷ୍ଠ ସଂସ୍କୃତ ଶିକ୍ଷକ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଓ ବରିଷ୍ଠ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ପୁଷ୍ପ ମାଲ୍ଯାର୍ପଣ ପୂର୍ବକ ଧୂପ ଦୀପ ଅର୍ପଣ କରି ଥିଲେ। ଏହାପରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଗୁରୁଜୀ ଗୁରୁମା ମାନଙ୍କୁ ନେଇ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ବିଦ୍ଯାଳୟର ସେବା ବ୍ରତୀ ଆଚାର୍ଯ୍ୟା ଅର୍ଚ୍ଚନା ରଥ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନୀ ବିଷୟରେ ଉଦବୋଧନ ଦେଇଥିଲେ। ସମସ୍ତ ଗୁରୁଜୀ ଗୁରୁମା ମାନଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଅତ୍ଯନ୍ତ ଚିତ୍ତାକର୍ଷକ ହୋଇ ଥିଲା।।
Related posts
-
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି
ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର... -
ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ... -
ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”
January 18, 2025 Jajati Comments Off on ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର...