ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ଓଡିଶା ର ବରପୁତ୍ର କିମ୍ବଦନ୍ତୀ ପୁରୁଷ ପୁଣ୍ଯାତ୍ମା ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ। ଏହି ଅବସରରେ ନୟାଗଡ଼ ହାଉସିଂ ବୋର୍ଡ ନିକଟ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ପରିସରରେ ବିଦ୍ଯାଳୟର ସଂପାଦକ ସମାଜସେବୀ ଶ୍ରୀଧର ସାହୁଙ୍କ ଅଧ୍ଯକ୍ଷତାରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମହାନ ଯୋଦ୍ଧା ତଥା ମହାନ୍ ଦେଶ ସେବକ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳନ ହୋଇ ଯାଇଛି। ପ୍ରଥମେ ବିଦ୍ଯାଳୟ ପରିସରରେ ସ୍ଥାପିତ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତିରେ ବିଦ୍ଯାଳୟ ରେ କାର୍ଯ୍ୟରତ ବରିଷ୍ଠ ସଂସ୍କୃତ ଶିକ୍ଷକ ପଣ୍ଡିତ ଭଗବାନ ଆଚାର୍ଯ୍ୟ ଓ ବରିଷ୍ଠ ଇଂରାଜୀ ଶିକ୍ଷକ ରାମଚନ୍ଦ୍ର ମହାପାତ୍ର ପୁଷ୍ପ ମାଲ୍ଯାର୍ପଣ ପୂର୍ବକ ଧୂପ ଦୀପ ଅର୍ପଣ କରି ଥିଲେ। ଏହାପରେ ଉପସ୍ଥିତ ଛାତ୍ରଛାତ୍ରୀ ଓ ଗୁରୁଜୀ ଗୁରୁମା ମାନଙ୍କୁ ନେଇ ଏକ ଆଲୋଚନା ସଭା ଅନୁଷ୍ଠିତ ହୋଇଥିଲା। ବିଦ୍ଯାଳୟର ସେବା ବ୍ରତୀ ଆଚାର୍ଯ୍ୟା ଅର୍ଚ୍ଚନା ରଥ ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୀବନୀ ବିଷୟରେ ଉଦବୋଧନ ଦେଇଥିଲେ। ସମସ୍ତ ଗୁରୁଜୀ ଗୁରୁମା ମାନଙ୍କ ସହଯୋଗ ରେ କାର୍ଯ୍ୟକ୍ରମ ଅତ୍ଯନ୍ତ ଚିତ୍ତାକର୍ଷକ ହୋଇ ଥିଲା।।
Related posts
-
ଧର୍ମପରାୟଣ ମହିଳାଙ୍କ ପରଲୋକ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ମୁନିସିପାଲିଟି ଓ୍ବାର୍ଡ ନମ୍ବର ୧ର ଜଣେ ବିଶିଷ୍ଟ ଧର୍ମପରାୟଣ ମହିଳା ଆରତୀ ପଟ୍ଟନାୟକଙ୍କ ଦେହାନ୍ତ ହୋଇଥିବା... -
ଇଟାମାଟିରେ ସାର୍ବଜନୀନ ଦୁର୍ଗାପୂଜା ଉତ୍ସବ
ଇଟାମାଟି, (ନୟାଗଡ଼ ଦର୍ପଣ): ଇଟାମାଟି ଗ୍ରାମବାସୀଙ୍କ ତରଫରୁ ଦୀର୍ଘ ୫୮ବର୍ଷ ଧରି ପାଳିତ ହେଇଆସୁଛି ସାର୍ବଜନିନୀ ଦୁର୍ଗାପୂଜା।ଚଳିତ ବର୍ଷ ୧୦ଅକ୍ଟୋବରରୁ ମହାସପ୍ତମୀ... -
ନୟାଗଡ଼ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସଦର ମହକୁମାରେ ଆରମ୍ଭ ହେଲା ସାର୍ବଜନୀନ ଦୁର୍ଗାପୂଜା। ୧୯୬୧ ମସିହାରେ ସ୍ଥାନୀୟ ପ୍ରଶାସନ ଏବଂ ଜନସାଧାରଣଙ୍କ ତରଫରୁ...