ନୟାଗଡ଼ରେ ସାର୍ବଜନୀନ ଦୁର୍ଗାପୂଜା ପାଳନ

ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସଦର ମହକୁମାରେ ଆରମ୍ଭ ହେଲା ସାର୍ବଜନୀନ ଦୁର୍ଗାପୂଜା। ୧୯୬୧ ମସିହାରେ ସ୍ଥାନୀୟ ପ୍ରଶାସନ ଏବଂ ଜନସାଧାରଣଙ୍କ ତରଫରୁ ଆରମ୍ଭ ହୋଇଥିବା ଏହି ଦୁର୍ଗାପୂଜା ଚଳିତ ବର୍ଷ ସ୍ବତନ୍ତ୍ରତାର ସହିତ ପାଳନ କରାଯାଉଛି। ନୟାଗଡ଼ ସାର୍ବଜନୀନ ଦୁର୍ଗାପୂଜା ପାଇଁ ପ୍ରତ୍ୟେକ ଘରୁ ଚୂଲିଚାନ୍ଦା ଆଦାୟ ଏକ ପରମ୍ପରା ଭାବେ ଚାଲିଥିବା କାରଣରୁ ଏହାର ସ୍ୱତନ୍ତ୍ର ଗୁରୁତ୍ୱ ରହିଛି। ନୟାଗଡ଼ କଚେରୀ ବଜାର ଠାରେ ଥିବା ଦୁର୍ଗା ମଣ୍ଡପରେ ଚାଲିଥିବା ଏହି ଦୁର୍ଗାପୂଜାରେ ପ୍ରତ୍ୟହ ପ୍ରବଳ ଜନ ସମାଗମ ହେଉଛି। ପାଞ୍ଚ ଦିନ ଧରି ଚାଲିବାକୁ ଥିଲା ଏହି ପୂଜାର ବିଭିନ୍ନ ଦିବସରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ସାର୍ବଜନୀନ ଦୁର୍ଗାପୂଜା ସମିତିର ସଭାପତି ନିର୍ମଳ ଚନ୍ଦ୍ର ଶୁରଦେଓ, ସମ୍ପାଦକ ସୁମନ କୁମାର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଦୁର୍ଗାପୂଜାରେ ସୁମନ୍ତ ପଟ୍ଟନାୟକ, ଅଶୋକ ମଲ୍ଲ, ରଶ୍ମି ରଞ୍ଜନ ଦାଶ, ସରୋଜ କୁମାର ସାହୁ, ଲକ୍ଷ୍ମୀଧର ସାହୁ, ସନ୍ତୋଷ କୁମାର ଦାସ ପ୍ରମୁଖ ସହଯୋଗ କରୁଛନ୍ତି।

Related posts