ଓଡ଼ଗାଁ, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶା ଆନୁକୁଲ୍ୟରେ ଗୀତା ସୁଗୀତା କର୍ତବ୍ୟା କାର୍ଯକ୍ରମ ମାଧ୍ୟମରେ ଓଡ଼ଗାଁ ବ୍ଲକ ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ସରଣକୁଳଠାରେ ଅନୁଷ୍ଠିତ ହୋଇଛି। ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟରୁ ଆସିଥିବା ତୃତୀୟ ଶ୍ରେଣୀ ଠାରୁ ସ୍ନାତକ ଡିଗ୍ରୀ ପର୍ଯ୍ୟନ୍ତ ଛାତ୍ର ଛାତ୍ରୀ ମାନେ ଗୀତାର ଚତୁର୍ଥ ଅଧ୍ୟାୟର ଚାରୋଟି ବର୍ଗରେ ବିଭକ୍ତ ହୋଇ ଆବୃତ୍ତି କରିଥିଲେ। ଆୟୋଜିତ ଏହି ଉତ୍ସବରେ ଓଡ଼ଗାଁ ବ୍ଲକ ସଂଯୋଜକ ଗୋବିନ୍ଦ ଚନ୍ଦ୍ର ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନପୂର୍ବକ ଉଦ୍ଘାଟନ କରିବା ସହ ସଭାପତିତ୍ବ କରିଥିଲେ। ବିଚାରକ ଭାବେ ଶିକ୍ଷୟିତ୍ରୀ ଲକ୍ଷ୍ମୀ ଚନ୍ଦନା ବିଶ୍ଵାଳ , ଶିକ୍ଷାବିତ୍ କେଦାର ଚନ୍ଦ୍ର ନାୟକ, ଡ: ସନ୍ତୋଷ କୁମାର ସାହୁ , ହେମନ୍ତ କୁମାର ପ୍ରଧାନ ଓ ଆଚର୍ଯ୍ୟା ପ୍ରମୁଖ ଯୋଗଦେଇ ଗୀତାକୁ ନିୟମିତ ପାଠ କଲେ ମାନସିକ ଶାନ୍ତି ମିଳିଥାଏ ବୋଲି ମତବ୍ୟକ୍ତ କରିଥିଲେ। ଆୟୋଜିତ ପ୍ରତିଯୋଗିତାରେ ଶ୍ରେଷ୍ଠ ପ୍ରତିଯୋଗୀ ମାନଙ୍କୁ ପୁରସ୍କାର ଓ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। କ ବର୍ଗରେ ଅମ୍ରିତା ମହାପାତ୍ର, ଶୁଦ୍ଧାଲକ୍ଷ୍ମି ନାୟକ, ଖ ବର୍ଗରେ ବିଜୟ ଲକ୍ଷ୍ମୀ ପରିଡ଼ା, ପୂଜା ସାହୁ, ଶୁଭଶ୍ରୀ ରାଉତ, ଗ ଵର୍ଗରେ ରୋଜାଲିନ ବେହେରା ,ଶୁଭଶ୍ରୀ ପ୍ରଧାନ, ଅପର୍ଣ୍ଣା ରଥ ଏବଂ ଘ ବର୍ଗର ବିଷ୍ଣୁପ୍ରିୟା ମହାପାତ୍ର, ସୋନାଲି ସାହୁ ଯଥାକ୍ରମେ ପ୍ରଥମ, ଦ୍ଵିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିଲେ।ଶେଷରେ ସାମୁହିକ ଶାନ୍ତି ପାଠ କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ।
Related posts
-
ଡଃ.ସୁରେଶ ବରାଡଙ୍କ ପୁସ୍ତକ “ଗୀତାର ପ୍ରଥମ ଶବ୍ଦ” ବାଚସ୍ପତିଙ୍କ କରକମଳରେ ଉନ୍ମୋଚିତ
ଶରଣକୁଳ, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସାରସ୍ଵତ ସାଧକ, ଗାଳ୍ପିକ, ଔପନ୍ୟାସିକ, କାବ୍ୟକାର, କବି ଡ.ସୁରେଶ ଚନ୍ଦ୍ର ବରାଡଙ୍କ ଆଧ୍ୟାତ୍ମିକ ପୁସ୍ତକ... -
ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡି
Comments Off on ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ମଇଦାନକୁ ଓହ୍ଲାଇବ ବିଜେଡିନୟାଗଡ଼, (ନୟାଗଡ଼ ଦର୍ପଣ): ରାଜ୍ୟ ସରକାରଙ୍କ ବିଫଳତା ଓ ବିଜେପିର ମିଥ୍ୟା ପ୍ରତିଶୃତିକୁ ପ୍ରସଙ୍ଗ କରି ବିଜେଡି ମଇଦାନକୁ ଓହ୍ଲାଇବ। ଜନସାଧାରଣଙ୍କୁ... -
ବରକନ୍ୟା ଝରଣାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟାମାନଙ୍କର ବନ ବିହାର କାର୍ଯ୍ୟକ୍ରମ
Comments Off on ବରକନ୍ୟା ଝରଣାରେ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ର ନୟାଗଡ଼ର ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟାମାନଙ୍କର ବନ ବିହାର କାର୍ଯ୍ୟକ୍ରମନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରର ସମସ୍ତ ସେବାବ୍ରତୀ ଆଚାର୍ଯ୍ୟ ଆଚାର୍ଯ୍ୟାମାନଙ୍କର ପ୍ରତିବର୍ଷ ପରି ଚଳିତବର୍ଷ ବରକନ୍ୟା ଝରଣାରେ...