ନୂଆଗାଁ ବ୍ଲକରେ ୧୭୫ରୁ ୧୭୦ଜଣ ଛାତ୍ରଛାତ୍ରୀ ଦେଲେ ୩ୟ ଶ୍ରେଣୀ ବୃତ୍ତି ପରୀକ୍ଷା

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକରେ ତିନୋଟି ପରୀକ୍ଷା କେନ୍ଦ୍ରରେ ୧୭୫ଜଣ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଦେବାକୁ ନାମ ପଞ୍ଜୀକୃତ କରିବାକୁ ଥିବାବେଳେ ୧୭୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି। ନୂଆଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ୪୯ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୪୭ଜଣ ପରୀକ୍ଷା ଦେଇଥିବା ବେଳେ ୨ଜଣ ଅନୁପସ୍ଥିତ ଥିଲେ। ସରକାରୀ ଉଚ୍ଚ ବିଦ୍ୟାଳୟ ବାହାଡଝୋଲାରେ ୫୨ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ  ୫୦ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୨ଜଣ ଅନୁପସ୍ଥିତ ଥିଲେ। ସେହିପରି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମହିପୁରରେ ୭୪ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୭୩ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଜଣେ ଅନୁପସ୍ଥିତ ଥିଲେ। ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିଲେ ଜିଲ୍ଲା ଶିକ୍ଷା ଅଧିକାରିଣୀ ଶୁଭଶ୍ରୀ ପଟ୍ଟନାୟକ, ଜିଲ୍ଲା ବିଜ୍ଞାନ ପର୍ଯ୍ୟବେକ୍ଷକ ଶରତ କୁମାର ସାହୁ, ବ୍ଲକ୍ ଶିକ୍ଷାଅଧିକାରୀ ପ୍ରଶାନ୍ତ କୁମାର ସାହୁ, ଅତିରିକ୍ତ ବ୍ଲକ୍ ଶିକ୍ଷା ଅଧିକାରୀ କବିତା ଦାଶ, ସିଆରସିସି କୈଳାଶ ନାୟକ।

Related posts