ଭାପୁର,(ନୟାଗଡ଼ ଦର୍ପଣ) : ଭାପୁର ବ୍ଲକରେ ନୟାଗଡ଼ ଜିଲ୍ଲାପାଳଙ୍କ ବ୍ଲକ୍ ସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ନୟାଗଡ଼ ଜିଲ୍ଲପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ନୟାଗଡ଼ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଏସ ସୁଶ୍ରୀ, ଉପ ଜିଲ୍ଲାପାଳ କର୍ଣ୍ଣଦେବ ସମାଦ୍ଦାର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ଜିଲ୍ଲାପରିଷଦ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଲଗ୍ନଜିତ ରାଉତ, ଅତିରିକ୍ତ ଜିଲ୍ଲାପାଳ ବିଜୟାନନ୍ଦ ନାୟକ, ଜିଲ୍ଲାମୁଖ୍ୟ ସ୍ବାସ୍ଥ୍ୟ ଅଧିକାରୀ ସୁଶାନ୍ତ କୁମାର ଦାସ, ଭାପୁର ବିଡ଼ିଓ, ତହସିଲଦାରଙ୍କ ସହିତ ସମସ୍ତ ବିଭାଗର ଅଧିକାରୀ ମାନେ ଉପସ୍ଥିତ ଥିଲେ। ଉକ୍ତ ଅଭିଯୋଗ ପ୍ରକୋଷ୍ଟ୍ରରେ ମୋଟ ୬୮ଟି ଆପତ୍ତି ଅଭିଯୋଗ ଆସିଥିଲା। ସେଥି ମଧ୍ୟରେ ୬୧ଟି ଅଭିଯୋଗ ବ୍ୟକ୍ତିଗତ ଥିବା ବେଳେ ୩ଟି ଅଭିଯୋଗ ଗ୍ରାମ୍ୟ ସମସ୍ୟା ଓ ୪ଗୋଟି ଅଭିଯୋଗ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ଆଧାରିତ ଥିଲା, ରେଡ଼କ୍ରସ ସହାୟତା ପାଇଁ କୌଣସି ଅଭିଯୋଗ ହୋଇନଥିବା ବେଳେ ସେଥି ମଧ୍ୟରୁ ମୋଟ ୧୭ଟିର ତୁରନ୍ତ ସମାଧାନ କରାଯାଇଥିଲା।

