ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ନିମାଇଁ ଚରଣ ପ୍ରଧାନ ତାଙ୍କ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି। ଏହି ଉପଲକ୍ଷେ ବିଭିନ୍ନ ଶିକ୍ଷକ ସଂଗଠନ ଏବଂ ବ୍ଲକ ଶିକ୍ଷା କର୍ମଚାରୀଙ୍କ ମିଳିତ ସହଯୋଗରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ସଞ୍ଜୟ ମଲ୍ଲିକ ଅଧ୍ୟକ୍ଷତା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷାଧିକାରୀ ରାଜଶ୍ରୀ ପଟ୍ଟନାୟକ, ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଦିପ୍ତିମୟୀ ଶୁଭଦର୍ଶିନୀ , ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ନିରଞ୍ଜନ ନାୟକ, ଧନେଶ୍ୱର ସେଠି ପ୍ରମୁଖ ଯୋଗଦାନ କରିଥିଲେ। ଶିକ୍ଷକ ନେତା ଶେଖ ଅବଦୁଲ ଖାଲିକ, ଲକ୍ଷ୍ମୀଧର ସାହୁ, ସୁରେଶ ସେଠି, ପିତେଇ ପ୍ରଧାନ,ସନ୍ତୋଷ ସାହୁ, ଅଶୋକ ମଲ୍ଲ,ଚିତ୍ତରଞ୍ଜନ ଦାଶ,ଉମେଶ ସ୍ୱାଇଁ, ରବୀନ୍ଦ୍ର କୁମାର ସାହୁ,ବୈଷ୍ଣବ ମହାନ୍ତି ତଥା ଶିକ୍ଷା କର୍ମଚାରୀ ମାନସ ସେଠି,ଶୋଭେଶ ଶୁକ୍ଲା,କିଶୋର ଭଞ୍ଜ, ବିଶ୍ୱନାଥ ସ୍ୱାଇଁ ପ୍ରମୁଖ ଯୋଗଦାନ କରି ଅବସର ଗ୍ରହଣ କରିଥିବା ଶିକ୍ଷାଧିକାରୀ ଶ୍ରୀଯୁକ୍ତ ପ୍ରଧାନ ଜଣେ ସୁ ପ୍ରଶାସକ ହୋଇଥିବା ବେଳେ ଜଣେ ସରଳ, ଅମାୟିକ, ସ୍ନେହୀ ତଥା ଦରଦୀ ମଣିଷ ଭାବେ ସମସ୍ତଙ୍କ ହୃଦୟରେ ସବୁଦିନ ମନେ ରହିବେ ବୋଲି ସଭାରେ ମତ ବ୍ୟକ୍ତ କରିଥିଲେ। ସୂଚନା ଯୋଗ୍ୟ ଯେ ଅବସର ଗ୍ରହଣ କରିଥିବା ବିଇଓ ଶ୍ରୀଯୁକ୍ତ ପ୍ରଧାନ ଜଣେ ଶିକ୍ଷକ ଭାବରେ ନିଜର କର୍ମମୟ ଜୀବନ ଆରମ୍ଭ କରି ପରବର୍ତ୍ତୀ ସମୟରେ ପ୍ରଧାନଶିକ୍ଷକ ଏବଂ ଗତ ୨୦୨୩ ମସିହା ଅଗଷ୍ଟ ୪ ତାରିଖରେ ପଦୋନ୍ନତି ପାଇ ନୟାଗଡ଼ ବ୍ଲକ ଶିକ୍ଷାଧିକାରୀ ଭାବେ ଯୋଗଦାନ କରିଥିଲେ।ଶେଷରେ ସମସ୍ତ ଶିକ୍ଷକ ସଂଗଠନ ଏବଂ କର୍ମଚାରୀଙ୍କ ପକ୍ଷରୁ ଅବସର ଗ୍ରହଣ କରିଥିବା ବ୍ଲକ ଶିକ୍ଷାଧିକାରୀଙ୍କୁ ପୁଷ୍ପଗୁଛ, ଉପଢୌକନ ଏବଂ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରିଥିଲେ।
Related posts
-
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି
ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର... -
ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ... -
ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”
January 18, 2025 Jajati Comments Off on ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର...