ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଆଇନସେବା ପ୍ରାଧିକରଣ ସଚିବ ଅଞ୍ଜଳି ମଛକୁଣ୍ଡଙ୍କ ନିର୍ଦ୍ଦେଶ କ୍ରମେ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରା ଜଣେ ଅଜଣା ବୃଦ୍ଧଙ୍କୁ ଓଡଗାଁ ଛକ ଷ୍ଟେଟ ବ୍ୟାଙ୍କ ରୋଡ଼ରୁ ଉଦ୍ଧାର କରି ତ୍ରିନାଥ ଛକ ସ୍ଥିତ ସେଲଟର ହୋମରେ ଥଇଥାନ ବ୍ୟବସ୍ଥା କରିଛନ୍ତି। ସୂଚନାଯୋଗ୍ୟ ଯେ ନୟାଗଡ଼ ଏସଡିଜେଏମ ଏହି ରାସ୍ତା ଦେଇ ଯାଉଥିବା ବେଳେ ଅସହାୟ ଅବସ୍ଥାରେ ସମ୍ପୃକ୍ତ ବୃଦ୍ଧଙ୍କୁ ଦେଖି ତୁରନ୍ତ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଚିବଙ୍କ ନଜରକୁ ଆଣିଥିଲେ। ଏହା ପରେ ଉଦ୍ଧାର ଏବଂ ଥଇଥାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପ୍ରାଧିକରଣ ସଚିବଙ୍କ ତ୍ୱରିତ ପଦକ୍ଷେପ ଏବଂ ଅଧିକାର ମିତ୍ର ପ୍ରଫୁଲ୍ଲ କୁମାର ବେହେରାଙ୍କ ମାନବିକତା ସହଯୋଗ ଯୋଗୁଁ ଜଣେ ଅସହାୟ ବୃଦ୍ଧଙ୍କ ଜୀବନ ଉଦ୍ଧାର ହୋଇଥିବା ବେଳେ ଶ୍ରୀଯୁକ୍ତ ବେହେରାଙ୍କୁ ବିଭିନ୍ନ ମହଲରୁ ଭୁୟସୀ ପ୍ରଶଂସା କରାଯାଇଛି।
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ପାଣିପୋଇଲା ସରସ୍ୱତୀ ଶିଶୁମନ୍ଦିରର ବାର୍ଷିକ ଉତ୍ସବ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ୍ ପାଣିପୋଇଲା ସରସ୍ୱତୀ ଶିଶୁବିଦ୍ୟାମନ୍ଦିରର ପଂଚଦଶ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ବିଦ୍ୟାମନ୍ଦିରର ସଂପାଦକ...