ଭାପୁର, (ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଭାପୁର ବ୍ଲକ ଅଡିସନ ଆସନ୍ତା ୧୦ ତାରିଖ ରବିବାର ଦିନ ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ଏକ ପ୍ରସ୍ତୁତି ବୈଠକ ଭାପୁର ପୂର୍ତ୍ତ ବିଭାଗ ଡାକ ବଙ୍ଗଳାଠାରେ ମଙ୍ଗଳବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରାର ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଅଧ୍ୟକ୍ଷତା କରିଥିଲେ। ଏହି ପ୍ରସ୍ତୁତି ବୈଠକରେ ସଙ୍ଗୀତଧାରାର ବରିଷ୍ଠ ସଦସ୍ୟ ପ୍ରଶାନ୍ତ ପଟ୍ଟନାୟକଙ୍କ ସମେତ ବିଶିଷ୍ଟ ଶିକ୍ଷାବିତ ମନୋଜ ଶତପଥୀ, ଶିକ୍ଷାବିତ ତଥା କବି ନିରଞ୍ଜନ ଦଳବେହେରା, ପ୍ରଧାନ ଶିକ୍ଷକ ଦୀନବନ୍ଧୁ ସାହୁ, ସିନେ କଳାକାର ତଥା ସିଆରସିସି ପଞ୍ଚାନନ ମହାପାତ୍ର, ଶିକ୍ଷକ ନେତା ପ୍ରସନ୍ନ ଲେଙ୍କା,କେଳୁ ଚରଣ ସ୍ୱାଇଁ, ପ୍ରଫୁଲ୍ଲ କୁମାର ପ୍ରଧାନ ପ୍ରମୁଖ ଯୋଗଦାନ କରି କାର୍ଯ୍ୟକ୍ରମର ସଫଳତା ସମ୍ପର୍କରେ ଆଲୋଚନା କରିଥିଲେ। ସୂଚନାଯୋଗ୍ୟ ଯେ ଜିଲ୍ଲାରେ ଥିବା ଲୁକ୍କାୟିତ ସଙ୍ଗୀତ ପ୍ରତିଭା ମାନଙ୍କୁ ଲୋକଲୋଚନକୁ ଆଣିବା ପାଇଁ ‘ସଙ୍ଗୀତଧାରା’, ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ଭକ୍ତିସଙ୍ଗୀତ ପ୍ରତିଯୋଗିତା ଜିଲ୍ଲାର ସମସ୍ତ ବ୍ଲକରେ ଅନୁଷ୍ଠିତ ହେଉଅଛି। ଏହି ପରିପ୍ରେକ୍ଷୀରେ ଆସନ୍ତା ରବିବାର ପୂର୍ବାହ୍ନ ୧୦ଟା ସମୟରେ ବିନା ବାଦ୍ୟଯନ୍ତ୍ରରେ ପ୍ରତିଯୋଗୀ ମାନଙ୍କ ଅଡିସନ ନିଆଯିବ। ୧୪ରୁ ୨୪ବର୍ଷ ବୟସର ଉଭୟ ପୁଅ ଝିଅ ଏହି ପ୍ରତିଯୋଗିତାରେ ଭାଗ ନେଇ ପାରିବେ ବୋଲି ପ୍ରସ୍ତୁତି ବୈଠକରେ ସୂଚନା ଦିଆଯାଇଛି । ପ୍ରତିଯୋଗୀମାନେ ସକାଳ ସାଢେ଼ ୯ଟାରେ ନିର୍ଦ୍ଧାରିତ ସ୍ଥାନରେ ପହଞ୍ଚି ନାମ ପଞ୍ଜିକରଣ କରିବେ। ସଙ୍ଗୀତଧାରା ନିଷ୍ପତ୍ତି ଅନୁଯାୟୀ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ ଯଥାକ୍ରମେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ କରାଯିବ ବୋଲି ସୂଚନା ଦିଆଯାଇଛି।
Related posts
-
ନୀଳମାଧବଙ୍କ କ୍ଷେତ୍ରରେ ଅନନ୍ୟ ଧନୁମୁଁଆ
କଣ୍ଟିଲୋ, (ନୟାଗଡ଼ ଦର୍ପଣ): କଣ୍ଟିଲୋ ନୀଳମାଧବଙ୍କ କ୍ଷେତ୍ରରେ ବାରମାସରେ ତେର ପର୍ବ ପାଳିତ ହୋଇଥାଏ ସେଥିମଧ୍ୟରୁ ଧନୁସଂକ୍ରାନ୍ତି ଏବଂ ମକର ସଂକ୍ରାନ୍ତି... -
ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
December 14, 2024 Jajati Comments Off on ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲାନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ... -
ବିଶ୍ବ ଏଡ଼ସ୍ ଦିବସ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ଲାଠିପଡ଼ାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ ବିଶ୍ବ ଏଡ଼ସ୍ ଦିବସ ପରିପ୍ରେକ୍ଷୀରେ ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ସଚେତନତା...