ନୂଆଗାଁ, (ନୟାଗଡ଼ ଦର୍ପଣ): ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରାଙ୍କ ନେତୃତ୍ୱରେ ନୟାଗଡ ଜିଲ୍ଲା ନୂଆଗାଁ ବ୍ଳକ ସଦର ମହକୁମାରେ ବିଜେଡିର ବିଶାଳ ଜନସଂପର୍କ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ନୂଆଗାଁ ବ୍ଳକର ୨୨ଟି ପଞ୍ଚାୟତରୁ ଶହ ଶହ ଲୋକ ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ଏହି ପଦଯାତ୍ରାରେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ, ରଣପୁରର ପୂର୍ବତନ ବିଧାୟକ ସତ୍ୟନାରାୟଣ ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଭାପୁର ବ୍ଲକ୍ ଉପାଧ୍ୟକ୍ଷ ବେଣୁଧର ପ୍ରଧାନ, ଦଶପଲ୍ଲା ବ୍ଳକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ, ଏନ୍ ଏ ସି ଅଧ୍ୟକ୍ଷା ପୁନମ ପ୍ରିୟଦର୍ଶିନୀ, ଗଣିଆ ବ୍ଳକ ଅଧ୍ୟକ୍ଷା ଝୁନା ଜେନା, ନୂଆଗାଁ ବ୍ଳକ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ନୂଆଗାଁ ବ୍ଳକ ୧୭ନମ୍ୱର ଜୋନ ଜିଲ୍ଲା ପରିଷଦ ସଭ୍ୟା ପ୍ରତିମା ଦଳବେହେରା, ୧୬ ନଂ ଜୋନ ଜିଲ୍ଲା ପରିଷଦ ସଭ୍ୟା ଜସ୍ମିନ ଦାସ ଆଦି ବହୁ ନେତା ଏହି ପଦଯାତ୍ରାରେ ସାମିଲ ହୋଇଥିଲେ। ନିର୍ବାଚନ ପୂର୍ବରୁ ବିଜେପି ଦେଇଥିବା ପ୍ରତିଶୁତି ଗୁଡ଼ିକ ପାଣିର ଗାର ବୋଲିକହି, ବିଜେଡି ନେତାମାନେ ବର୍ଷିଥିଲେ। ଇଲେକ୍ଟ୍ରୀ ବିଲ୍ ୩୦୦ୟୁନିଟ୍ ମାଗଣଦେବେ ବୋଲି କହିଥିଲେ କିନ୍ତୁ ତାହା ପାଣିର ଗାର ହେଲା।ସୁଭଦ୍ରା ଯୋଜନାରେ ମହିଳା ମାନକୁ ୫୦ହଜାର ଟଙ୍କା ଦେବେକହି ୫ହଜାର ଟଙ୍କା ଦେଉଛନ୍ତି, ଭତ୍ତା ୩ହଜାର ଟଙ୍କା ଦେବେବୋଲି କହି ଏପର୍ଯ୍ୟନ୍ତ ଦେଇନାହାନ୍ତି। ବିଜେପି ସରକାର କଥା କୁହା ସରକାର କାମକୁ ନୁହେଁ, ମିଛ କହି ଭୋଟ ହାତେଇଚି ବୋଲି ବିଜେଡି ନେତାମାନେ ଜନ ସାଧାରଣଙ୍କୁ କହିଥିଲେ। ବ୍ଲକ୍ ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପମାଲ୍ୟ ଅର୍ପଣ କରି ଶତାଧିକ ମହିଳା ଓ ପୁରୁଷ ଜନସଂପର୍କ ପଦଯାତ୍ରାରେ ନୂଆଗାଁ ବ୍ଳକଠାରୁ ବାହାରି ନୂଆଗାଁ ବଜାର ଅତିକ୍ରମ କରି ପଞ୍ଚାୟତ ପାଖରେ ଥିବା ବିଜୁ ଭବନ ପର୍ଯ୍ୟନ୍ତ ଆସିଥିଲେ। ସେଠାରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ।
Related posts
-
ଦୁର୍ଗମ ଅଞ୍ଚଳ ବୁଲି ଆଦିବାସୀଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକ୍ ଅନ୍ତର୍ଗତ ଜାକେଡା ପଞ୍ଚାୟତ ଅଧିନରେ ଥିବା ଦୁର୍ଗମ ଆଦିବାସୀ ଅଞ୍ଚଳ ବଡ଼ଜିରୀ, ତୁକୁଡ଼ା, ଲୁଣି... -
ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକ
November 22, 2024 Jajati Comments Off on ଫାଇଲେରିଆ ନିରାକରଣ ନିମନ୍ତେ ଗଣଔଷଧ ସେବନ ଉପଲକ୍ଷେ ଜିଲ୍ଲାସ୍ତରୀୟ ସମନ୍ୱୟ କମିଟି ବୈଠକନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ ରୋଜିନା ଦାସଙ୍କ ସଭାପତିତ୍ୱରେ ଜିଲ୍ଲାର ଦଶପଲ୍ଲା, ନୂଆଗାଁ ଓ ଗଣିଆ... -
ନୂଆଗାଁ ବ୍ଲକରେ ୧୭୫ରୁ ୧୭୦ଜଣ ଛାତ୍ରଛାତ୍ରୀ ଦେଲେ ୩ୟ ଶ୍ରେଣୀ ବୃତ୍ତି ପରୀକ୍ଷା
October 28, 2024 Jajati Comments Off on ନୂଆଗାଁ ବ୍ଲକରେ ୧୭୫ରୁ ୧୭୦ଜଣ ଛାତ୍ରଛାତ୍ରୀ ଦେଲେ ୩ୟ ଶ୍ରେଣୀ ବୃତ୍ତି ପରୀକ୍ଷାନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକରେ ତିନୋଟି ପରୀକ୍ଷା କେନ୍ଦ୍ରରେ ୧୭୫ଜଣ ଛାତ୍ରଛାତ୍ରୀ ତୃତୀୟ ଶ୍ରେଣୀ ବୃତ୍ତି ପରୀକ୍ଷା ଦେବାକୁ ନାମ...