ନୟାଗଡ଼, (ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସରସ୍ବତୀ ଶିଶୁ ମନ୍ଦିର, ଭାପୁର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଭାପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୟାଧର ପରିଡ଼ା ଯୋଗଦାନ କରି ଭକ୍ତି ସଙ୍ଗୀତ ପ୍ରତିଯୋଗିତାକୁ ଉଦଘାଟନ କରିବା ସହିତ ଗ୍ରାମାଞ୍ଚଳର ଲୁକ୍କାୟିତ ପ୍ରତିଭାମାନଙ୍କୁ ଲୋକଲୋଚନକୁ ଆଣିବାରେ ସଙ୍ଗୀତଧାରାର ଅଭିନଵ ପ୍ରାୟସକୁ ଭୁୟସୀ ପ୍ରଶଂସା କରିଥିଲେ । ଏହି ପ୍ରତିଯୋଗିତାରେ ଭାପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର ୨୮ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗିତାରେ ବିଚାରକ ଭାବେ ପ୍ରଶାନ୍ତ କୁମାର ଦାଶ, ଜୟଶ୍ରୀ ଦେବୀ ଏବଂ ଉଦିତ ନାରାୟଣ ଦାଶ ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ ୬ ଜଣ କଣ୍ଠଶିଳ୍ପୀଙ୍କୁ ସେମି ଫାଇନାଲ ପର୍ଯ୍ୟାୟ ପାଇଁ ଚୟନ କରିଥିଲେ। ସଙ୍ଗୀତଧାରାର ସଭାପତି ଡ. ବିଜୟ କୁମାର ଚୌଧୁରୀ, ମୁଖ୍ୟ ପୃଷ୍ଠପୋଷକ ସମାଜସେବୀ ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ପ୍ରତିଯୋଗିତାରେ ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ସମେତ ସଙ୍ଗୀତଧାରା ସଦସ୍ୟ ପ୍ରଦୀପ କୁମାର ସାହୁ ,ପ୍ରଶାନ୍ତ କୁମାର ପଟ୍ଟନାୟକ, ଗୋପୀନାଥ ସେଠୀ,ଦୀନବନ୍ଧୁ ସାହୁ, ସବିତା ଶୁକ୍ଲା ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ସୂଚନା ଯୋଗ୍ୟଯେ ଜିଲ୍ଲାର ସମସ୍ତ ୮ଟି ବ୍ଳକରେ କଣ୍ଠଶିଳ୍ପୀ ମାନଙ୍କର ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତା କରାଯିବ। ଏଥିରୁ ମନୋନୀତ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ପ୍ରଦାନ ସକାଶେ ସ୍ଥିର କରାଯାଇଥିବା ବେଳେ ସମସ୍ତ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।
Related posts
-
ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀ
December 8, 2024 Jajati Comments Off on ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ର ସେମିଫାଇନାଲ ଅନୁଷ୍ଠିତ... -
ବିଶ୍ବ ଏଡ଼ସ୍ ଦିବସ ସଚେତନତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ଲାଠିପଡ଼ାସ୍ଥିତ ମଡେଲ ଡିଗ୍ରୀ କଲେଜଠାରେ ବିଶ୍ବ ଏଡ଼ସ୍ ଦିବସ ପରିପ୍ରେକ୍ଷୀରେ ଯୁବ ରେଡକ୍ରସ ଆନୁକୂଲ୍ୟରେ ଏକ ସଚେତନତା... -
ଷ୍ଟାର ଅଫ୍ ନୟାଗଡ଼, ସେମିଫାଇନାଲ ରୁ ଫାଇନାଲକୁ ପ୍ରବେଶ କଲେ ୧୧ କଣ୍ଠଶିଳ୍ପୀ
November 25, 2024 Jajati Comments Off on ଷ୍ଟାର ଅଫ୍ ନୟାଗଡ଼, ସେମିଫାଇନାଲ ରୁ ଫାଇନାଲକୁ ପ୍ରବେଶ କଲେ ୧୧ କଣ୍ଠଶିଳ୍ପୀନୟାଗଡ଼, (ନୟାଗଡ଼ ଦର୍ପଣ): ଜିଲ୍ଲା ସ୍ତରୀୟ ସଂଗୀତ ପ୍ରତିଯୋଗିତା କାର୍ଯ୍ୟକ୍ରମ ଷ୍ଟାର ଅଫ୍ ନୟାଗଡ଼ର ସେମିଫାଇନାଲ ସ୍ଥାନୀୟ ସତ୍ୟମ କମ୍ପ୍ୟୁଟର ପରିସରରେ...