ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲା କାରାଗାର ନୟାଗଡ଼ ଠାରେ ଜେଲ ଅନ୍ତେବାସୀମାନଙ୍କ ପାଇଁ ଏକ ବିଶେଷ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମକୁ ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଏସ. ସୁଶ୍ରୀ ଉଦ୍ଘାଟନ କରିଥିଲେ । ଏହି ଅବସରରେ ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ ଅଧିକାରୀ ଦୁର୍ଗା ଚରଣ ଦାସ, ଜିଲ୍ଲା କାରାଗାରର ଅଧୀକ୍ଷକ ପ୍ରଫୁଲ୍ଲ କୁମାର କବି, ସରକାରୀ ତାଲିମ ପ୍ରତିଷ୍ଠାନ ନୟାଗଡ଼ର ଅଧ୍ୟକ୍ଷ କାନ୍ତି ରଂଜନ ସାହୁ ଏବଂ ସି.ପି.ଆଇ.ଟି. ସଂସ୍ଥାର ଓଡ଼ିଶା ମୁଖ୍ୟ ଅନିକେତ୍ ଦାଶ ଆଦି ଉପସ୍ଥିତ ରହି କାର୍ଯ୍ୟକ୍ରମର ସୁପରିଚାଳନା କରିଥିଲେ । ଜିଲ୍ଲା କାରାଗାର ନୟାଗଡ଼ର ୬୦ଜଣ ଅନ୍ତେବାସୀଙ୍କୁ ଇଲେକ୍ଟ୍ରିକାଲ ଟେକ୍ନିସିଆନ ଏବଂ ଏଲ.ଇ.ଡି. ଲାଇଟ୍ ଟେକ୍ନିସିଆନ ବିଭାଗରେ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ଅନ୍ୟାନ୍ୟ ଉପସ୍ଥିତ ଅଧିକାରୀମାନେ ଅନ୍ତେବାସୀମାନଙ୍କର ଉଜ୍ୱଳ ଭବିଷ୍ୟତ ପାଇଁ ଦକ୍ଷତା ବିକାଶ ତାଲିମ କାର୍ଯ୍ୟକ୍ରମର ଉପାଦେୟତା ବିଷୟରେ ଆଲୋକପାତ କରିଥିଲେ ।
Related posts
-
ବିତର୍କ ପ୍ରତିଯୋଗିତା; ବରିଷ୍ଠରେ ଶୁଭାଶିଷ, କନିଷ୍ଠରେ ପ୍ରିୟରଞ୍ଜନ ପ୍ରଥମ
ନୟାଗଡ଼,(ନୟାଗଡ଼ ଦର୍ପଣ): ଦୈନିକ ଖବରକାଗଜ ‘ସକାଳ’ ୪ର୍ଥ ସ୍ୱନ୍ନକ୍ଷତ୍ର ଦିବସ ଉପଲକ୍ଷେ ନୟାଗଡ଼ ଜିଲ୍ଲାସ୍ତରୀୟ ବିତର୍କ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।... -
ଜିଲ୍ଲା ସ୍ତରୀୟ ଗୀତା ଆବୃତ୍ତି ପ୍ରତିଯୋଗିତା କାର୍ଯ୍ୟକ୍ରମ
ନୟାଗଡ଼, (ନୟାଗଡ଼ ଦର୍ପଣ): ପ୍ରଜ୍ଞାନ ମିଶନ, ଓଡ଼ିଶାଦ୍ଵାରା ଜିଲ୍ଲାସ୍ତରୀୟ ଗୀତା ସୁଗୀତା କର୍ତ୍ତବ୍ୟା କାର୍ଯ୍ୟକ୍ରମ ତଥା ଗୀତା ଆବୃତ୍ତି ପ୍ରତିଯୋଗିତା ସ୍ଥାନୀୟ... -
ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ଦ୍ୱିବାର୍ଷିକ ସମ୍ମିଳନୀ ଅନୁଷ୍ଠିତ
ଆଚାର୍ଯ୍ୟ ବିଶ୍ୱରଂଜନ ସଭାପତି ଓ ପ୍ରଶାନ୍ତ ଜେନା ସମ୍ପାଦକ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ୟୁନିଅନ ଅଫ୍ ଜର୍ଣାଲିଷ୍ଟର ଦ୍ୱିବାର୍ଷିକ...