ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଶିଶୁଦିବସ ପାଳନ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ନୟାଗଡ଼ର ଶିଶୁ ସାହିତ୍ୟିକା ପ୍ରଭାସିନୀ ବରାଡ ଯୋଗଦେଇ ଶିଶୁମାନଙ୍କୁ ଶିଶୁ ଦିବସର ମହତ୍ତ୍ୱ ଏବଂ ଶିଶୁଙ୍କ ଉତ୍ତମ ଭବିଷ୍ୟତ ପାଇଁ ଅନେକ ମାର୍ଗଦର୍ଶନ ଦେଇଥିଲେ। ଉକ୍ତ କାର୍ଯ୍ୟକ୍ରମରେ ୫୦୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀମାନେ ଏବଂ ସମସ୍ତ ଗୁରୁଜୀ ଗୁରୁମା ଯୋଗଦେଇ ଉତ୍ସବକୁ ସରସ ସୁନ୍ଦର କରିଥିଲେ। ଏହି ଅବସରରେ ଶ୍ରୀମତୀ ବରାଡ ବିଦ୍ୟାଳୟର ପୁସ୍ତକ ଭଣ୍ଡାରକୁ ସ୍ବରଚିତ “ପୁସ୍ତକ ସାବାସ ସୁମନ”, “ଆହା କି ମିଠା” ,”ମା ଲୋ ମା କହିଦେ ମତେ” ଆଦି ପ୍ରଦାନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ, ବିଦ୍ୟାମନ୍ଦିର ସୁରେନ୍ଦ୍ର କୁମାର ପ୍ରଧାନ ଓ ପରିଚାଲନା ସମିତିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସମାପନ ହୋଇଥିଲା।
Related posts
-
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି
ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର... -
ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ... -
ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”
January 18, 2025 Jajati Comments Off on ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର...