ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ‘ସଙ୍ଗୀତଧାରା’ ନୟାଗଡ଼ ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରଥମ ପର୍ଯ୍ୟାୟ ଭକ୍ତି ସଙ୍ଗୀତ ପ୍ରତିଯୋଗିତା ସାମନ୍ତ ଚନ୍ଦ୍ରଶେଖର ଶିକ୍ଷାକେନ୍ଦ୍ର ଖଣ୍ଡପଡ଼ା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହାକୁ ଅନୁଷ୍ଠାନର ସଭାପତି ଡ. ବିଜୟ କୁମାର ଚୌଧୁରୀ ଏବଂ ଶିକ୍ଷାକେନ୍ଦ୍ର ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ମିଶ୍ର ପ୍ରଦୀପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ। ଏହି ପ୍ରତିଯୋଗିତାରେ ଖଣ୍ଡପଡ଼ା ବ୍ଲକ ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ସଂଗୀତାନୁଷ୍ଠାନ ମାନଙ୍କରୁ ୧୪ ରୁ ୨୪ବର୍ଷ ବୟସର କଣ୍ଠଶିଳ୍ପୀ ମାନେ ଅଂଶ ଗ୍ରହଣ କରିଥିଲେ। ସଙ୍ଗୀତ ପ୍ରତିଯୋଗିତାରେ ବିଚାରକ ଭାବେ ସଙ୍ଗୀତ ନିର୍ଦ୍ଦେଶକ ପ୍ରଶାନ୍ତ କୁମାର ଦାଶ, ଗୁରୁ ପ୍ରଭାତ ଦାଶ ଏବଂ କଣ୍ଠଶିଳ୍ପୀ ଅଧ୍ୟାପକ ଡ. ଆଶୁତୋଷ ମିଶ୍ର ପ୍ରମୁଖ ଯୋଗଦାନ କରି ଶ୍ରେଷ୍ଠ କଣ୍ଠଶିଳ୍ପୀ ମାନଙ୍କୁ ସେମି ଫାଇନାଲ ପର୍ଯ୍ୟାୟ ପାଇଁ ଚୟନ କରିଥିଲେ। ସଙ୍ଗୀତଧାରା ସମ୍ପାଦକ କଣ୍ଠଶିଳ୍ପୀ ପ୍ରଶାନ୍ତ କୁମାର ଦାଶ ଏବଂ ସଂଯୋଜକ ଲକ୍ଷ୍ମୀଧର ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି ପ୍ରତିଯୋଗିତାରେ କଣ୍ଠଶିଳ୍ପୀ ଅଦିତି ତ୍ରିପାଠୀ, ସ୍ୱୟଂମ୍ ଶ୍ରୀ ନନ୍ଦ, ପ୍ରଦ୍ୟୁମ୍ନ ରଞ୍ଜନ ସାହୁ,ବର୍ଷାରାଣୀ ପ୍ରଧାନ ପ୍ରମୁଖ ସେମି ଫାଇନାଲ ପର୍ଯ୍ୟାୟକୁ ଉତ୍ତୀର୍ଣ୍ଣ ହୋଇଥଲେ। ସୂଚନା ଯୋଗ୍ୟଯେ ଜିଲ୍ଲାର ସମସ୍ତ ୮ଟି ବ୍ଳକରେ କଣ୍ଠଶିଳ୍ପୀ ମାନଙ୍କର ପ୍ରଥମ ପର୍ଯ୍ୟାୟ ପ୍ରତିଯୋଗିତା ଅନୁଷ୍ଠିତ ହେଉଅଛି । ଏଥିରୁ ମନୋନୀତ ଚୂଡ଼ାନ୍ତ ପର୍ଯ୍ୟାୟ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ‘ନୟାଗଡ଼ ସଙ୍ଗୀତ କଲ୍ଲୋଳ’ ଉପାଧି ସହିତ ନଗଦ ୧୧ ହଜାର ଟଙ୍କା ପୁରସ୍କାର ଅର୍ଥରାଶି ଏବଂ ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ପ୍ରତିଯୋଗୀ ମାନଙ୍କୁ କ୍ରମାନ୍ୱୟେ ୫ ହଜାର ଏବଂ ୩ ହଜାର ଅର୍ଥରାଶି ପୁରସ୍କାର ସହିତ ପ୍ରତିଯୋଗୀଙ୍କୁ ମାନପତ୍ର ପ୍ରଦାନ କରାଯିବ ବୋଲି ଅନୁଷ୍ଠାନ ପକ୍ଷରୁ ସୂଚନା ଦିଆଯାଇଛି।
Related posts
-
ନୀଳମାଧବଙ୍କ କ୍ଷେତ୍ରରେ ଅନନ୍ୟ ଧନୁମୁଁଆ
କଣ୍ଟିଲୋ, (ନୟାଗଡ଼ ଦର୍ପଣ): କଣ୍ଟିଲୋ ନୀଳମାଧବଙ୍କ କ୍ଷେତ୍ରରେ ବାରମାସରେ ତେର ପର୍ବ ପାଳିତ ହୋଇଥାଏ ସେଥିମଧ୍ୟରୁ ଧନୁସଂକ୍ରାନ୍ତି ଏବଂ ମକର ସଂକ୍ରାନ୍ତି... -
ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲା
December 14, 2024 Jajati Comments Off on ନୟାଗଡ ଜିଲ୍ଲା ଚତୁର୍ଥ ରାଷ୍ଟ୍ରୀୟ ଲୋକ ଅଦାଲତରେ ୪୫୪୭ଟି ମାମଲା ଫଏସଲାନୟାଗଡ଼, (ନୟାଗଡ଼ ଦର୍ପଣ): ଜାତୀୟ ଆଇନ ସେବା ପ୍ରାଧିକରଣଙ୍କ ନିର୍ଦେଶମତେ ଆଜି ନୟାଗଡ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ପରିସରରେ... -
ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୧୭ରେ ଖଣ୍ଡପଡ଼ା ବ୍ଲକ ଅଡିସନ
ଖଣ୍ଡପଡ଼ା,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ଖଣ୍ଡପଡ଼ା ବ୍ଲକ ଅଡିସନ ଆସନ୍ତା ୧୭ ତାରିଖ...