ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ମାସ ୩୦ ତାରିଖରୁ ଜିଲ୍ଲାସ୍ତରୀୟ ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବ। ଓଡ଼ିଶା ଚେସ ଆସୋସିଏସନର ଅନୁମୋଦନ କ୍ରମେ ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଳବ, ନୟାଗଡ଼ ମିଳିତ ଆନୁକୂଲ୍ୟରେ ନଭେମ୍ବର ୩୦ ଏବଂ ଡିସେମ୍ବର ୧, ଦୁଇଦିନ ଧରି ଏହି ଟୁର୍ଣ୍ଣାମେଣ୍ଟ କେସି କ୍ଳବ ପରିସରରେ ଅନୁଷ୍ଠିତ ହେବ। ଜିଲ୍ଲା ଚେସ ଆସୋସିଏସନ ସଭାପତି ଶ୍ରୀଧର ସାହୁଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ଅପରାହ୍ନରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଉଭୟ ଜୁନିଅର ଏବଂ ସିନିଅର ବିଭାଗରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଜୁନିଅର ବିଭାଗ ଏବଂ ଦଶମ ଶ୍ରେଣୀରୁ ଉର୍ଦ୍ଧ୍ୱ ପିଲାମାନେ ସିନିଅର ବିଭାଗରେ ଅଂଶ ଗ୍ରହଣ କରି ପାରିବେ। ଉଭୟ ବିଭାଗରୁ ବିଜୟୀ ପ୍ରଥମ ୫ ଜଣଙ୍କୁ ପୁରସ୍କୃତ କରାଯିବା ସହିତ ସମସ୍ତ ପ୍ରତିଯୋଗୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯିବ । ସ୍ଥାନୀୟ କେସି କ୍ଳବ ପରିସରରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ କେସି କ୍ଳବ ସଭାପତି ଭାଗିରଥି ଦାସ, ଜିଲ୍ଲା ଚେସ ଆସୋସିଏସନ ସମ୍ପାଦକ ରିତେଶ ରଥ, କୋଷାଧକ୍ଷ ତାରୁନ ଖାଁ, ମିଡ଼ିଆ ସଂଯୋଜକ ଲକ୍ଷ୍ମୀଧର ସାହୁ ଏବଂ ଵାଲାରସେନ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
Related posts
-
ପ୍ରଧାନମନ୍ତ୍ରୀ ଅନୁସୂଚୀତ ଜାତି ଅଭ୍ୟୁଦୟ ଯୋଜନାର ଉନ୍ନୟନ କାର୍ଯ୍ୟ କମିଟି ଦ୍ୱାରା ଅନୁମୋଦନ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାକକ୍ଷରେ ପ୍ରଧାନମନ୍ତ୍ରୀ ଅନୁସୂଚୀତ ଜାତି ଅଭ୍ୟୁଦୟ ଯୋଜନାରେ ନୟାଗଡ଼ ଜିଲ୍ଲାର ନୂଆଗାଁ ବ୍ଲକ... -
ନୟାଗଡ଼ରେ ନୂଆ ଓଡ଼ିଶା ପ୍ରଶିକ୍ଷାର୍ଥୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ମିନି କନଫରେନସ୍ ହଲରେ ନୂଆ ଓଡ଼ିଶା ତାଲିମ କାର୍ଯ୍ୟକ୍ରମରେ ପ୍ରଶିକ୍ଷଣ... -
ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀ
December 8, 2024 Jajati Comments Off on ଭଏସ୍ ଅଫ୍ ନୟାଗଡ଼ ସେମିଫାଇନାଲ ଅନୁଷ୍ଠିତ, ଫାଇନାଲରେ ୧୦ଯୁବ କଣ୍ଠଶିଳ୍ପୀନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ସର୍ବବୃହତ ସଂଗୀତ ପ୍ରତିଯୋଗିତା ଭଏସ୍ ଅଫ୍ ନୟାଗଡ଼, ସିଜନ୍ ୫ ର ସେମିଫାଇନାଲ ଅନୁଷ୍ଠିତ...