ଓଟିରୁ ଗାଏବ ହୋଇଗଲା ଶିଶୁପୁତ୍ର, ମୁଣ୍ଡ ପିଟି କାନ୍ଦୁଛି ମା’

ନୟାଗଡ଼, (ନୟାଗଡ଼ ଦର୍ପଣ): ଜନ୍ମ ହେଉ ହେଉ ଓଟିରୁ ଗାଏବ ହୋଇଗଲା ଶିଶୁ । ୯ ମାସ ଗର୍ଭରେ ରଖିଥିବା ମା’ ନିଜ ଛୁଆକୁ ଥରେ ମାତ୍ର ଦେଖିଥିବା ବେଳେ ଆଉ ପାଉ ନାହିଁ। ଫଳରେ ମୁଣ୍ଡ ପିଟି କାନ୍ଦୁଥିବା ମା’ ନିଜ ଛୁଆକୁ ଫେରାଇ ଦେବାକୁ ଗୁହାରୀ କରୁଛି।
ଆଜି ସକାଳେ ନୟାଗଡ଼ ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ରାଜସୁନାଖଳାରେ ଘଟିଛି ଏଭଳି ଘଟଣା। ବୋଲଗଡ଼ ଗୋଡ଼ଭଙ୍ଗା ଗାଁର ବିଜୟ କୁମାର ପରିଡ଼ାଙ୍କ ପତ୍ନୀ ସୁଧିସ୍ମିତା ପରିଡ଼ା ପ୍ରସବଜନିତ ଯନ୍ତ୍ରଣା ଭୋଗିବାରୁ ଗତକାଲି ରାଜସୁନାଖଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଥିଲେ। ଆଜି ସକାଳେ ତାଙ୍କୁ ଓଟିକୁ ନିଆଯାଇଥିଲା। ସେଠାରେ ତାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହୋଇଥିଲା। ଉକ୍ତ ସମୟରେ ସୁଧିସ୍ମିତାଙ୍କ ନିକଟରେ ପରିବାର ଲୋକେ କେହି ନ ଥିଲେ। କିଛି ସମୟ ପରେ ପରିବାର ଲୋକେ ପହଞ୍ଚି ପ୍ରସବ ହୋଇ ସାରିଥିବା ଶୁଣିବାକୁ ପାଇଥିବା ବେଳେ ଛୁଆକୁ କିନ୍ତୁ ପାଇ ନ ଥିଲେ। ଛୁଆ ମେଡିକାଲରୁ ଗାଏବ ହୋଇ ସାରିଥିଲା। ଏନେଇ ପରିବାର ଲୋକେ ହୋହଲ୍ଲା କରିବାରୁ ମେଡିକାଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଛି। ଏନେଇ ମେଡିକାଲ କର୍ତ୍ତୃପକ୍ଷ ମୁହଁ ଖୋଲୁ ନ ଥିବା ବେଳେ ସିସିଟିଭି ଯାଞ୍ଚ ଚାଲିଥିବା କହିଛନ୍ତି।

Related posts