ନୟାଗଡ଼,(ନୟାଗଡ଼ ଦର୍ପଣ): ଗତ ଦୁଇଦିନ ଧରି ଚାଲିଥିବା ନୟାଗଡ଼ ଜିଲ୍ଲା ଓପନ ଚେସ ଟୁର୍ଣ୍ଣାମେଣ୍ଟ ଆଜି ଉଦଯାପିତ ହୋଇଛି। ଏଥିରେ ଜୁନିଅର ବିଭାଗରେ ଅମ୍ରିତ ପ୍ରଧାନ ସର୍ବାଧିକ ପଏଣ୍ଟ ପାଇ ଚାମ୍ପିୟନ ହୋଇଥିବା ବେଳେ ସିନିଅର ବିଭାଗରେ ଦାସ ଜିତେନ୍ଦ୍ର କୁମାର ଚମ୍ପିୟାନ ହୋଇଛନ୍ତି। ଗତ ଦୁଇଦିନରେ ୬ ରାଉଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଉଥିଲା। ଜୁନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୧ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ଜଣ ଏବଂ ସିନିଅର ବିଭାଗରେ ଅଂଶ ଗ୍ରହଣ କରିଥିବା ୨୨ଜଣ ପ୍ରତିଯୋଗୀଙ୍କ ମଧ୍ୟରୁ ୫ଜଣ ସର୍ବାଧିକ ପଏଣ୍ଟ ହାସଲ କରି ପୁରସ୍କୃତ ହୋଇଛନ୍ତି। ଜୁନିଅର ବିଭାଗରୁ ଅମ୍ରିତ ପ୍ରଧାନଙ୍କ ସମେତ ଚିତ୍ତରଞ୍ଜନ ଦାସ, ସ୍ୱସ୍ତିକ ମହାପାତ୍ର,ଶଙ୍କର ମାହାତୋ,ଆୟସ୍କନ୍ତ ମହାପାତ୍ର ଏବଂ ସିନିଅର ବିଭାଗରୁ ଜିତେନ୍ଦ୍ରଙ୍କ ସମେତ ଜୟପ୍ରକାଶ ବଇରୀଗଞ୍ଜନ,ଦିବାକର ନାୟକ, ସ୍ୱୟଂପ୍ରକାଶ ସାହୁ ଏବଂ ପ୍ରକାଶ ନାରାୟଣ ଦାଶ ପ୍ରମୁଖ ପୁରସ୍କୃତ ହୋଉଛନ୍ତି। ନୟାଗଡ଼ ଜିଲ୍ଲା ଚେସ ଆସୋସିଏସନ ଏବଂ କେସି କ୍ଳବ ନୟାଗଡ଼ର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ଚେସ ଟୁର୍ଣ୍ଣାମେଣ୍ଟର ପୁରସ୍କାର ବିତରଣ ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଚେସ ଆସୋସିଏସନ ସମ୍ପାଦକ ଇଂ ଦେବବ୍ରତ ଭଟ୍ଟ ଏବଂ କେସି କ୍ଳବ ଯୁଗ୍ମ ସମ୍ପାଦକ ଚନ୍ଦନ ମହାପାତ୍ର ସମ୍ମାନିତ ଅତିଥିଭାବେ ଯୋଗଦାନ କରି ବିଜୟୀ ଖେଳାଳି ମାନଙ୍କୁ ପୁରସ୍କୃତ କରିଥିଲେ। ଟୁର୍ଣ୍ଣାମେଣ୍ଟକୁ ଆର୍ବିଟର ତାପସ କୁମାର ମହାନ୍ତି ପରିଚାଳନା କରିଥିବା ବେଳେ ଜିଲ୍ଲା ସଭାପତି ଶ୍ରୀଧର ସାହୁ, ସମ୍ପାଦକ ରିତେଶ ରଥ, କୋଷାଧକ୍ଷ ତାରୁନ ଖାଁ, ଉପସଭାପତି ବାଲାରସେନ ପାତ୍ର ଏବଂ ମିଡିଆ ସଂଯୋଜକ ଲକ୍ଷ୍ମୀଧର ସାହୁ ପ୍ରମୁଖ ସହଯୋଗ କରିଥିଲେ।
Related posts
-
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି
ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର... -
ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ... -
ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”
January 18, 2025 Jajati Comments Off on ସିରିୟସ୍ ଜୋନ୍ ଆୟୋଜିତ ନାଟକ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମଞ୍ଚସ୍ଥ ହେଲା ନାଟକ “ଏବଂ କିଏ!”ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ଅଡିଟୋରିୟମଠାରେ ଚାଲିଥିବା ନାଟକ ମହୋତ୍ସବର ଦ୍ଵିତୀୟ ସଂଧ୍ୟାରେ ବାଗଦେବୀ ଲିଟରେଚର ଟ୍ରଷ୍ଟ, ଭୁବନେଶ୍ବରର...