ନୟାଗଡ଼, (ନୟାଗଡ଼ ଦର୍ପଣ): ଆଜି ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସାଳୟରେ ସମାଜ ସେବାରେ ସମର୍ପିତ ହେଲା ଆଉ ଏକ ନୂତନ ରୋଟାରୀ ଆମ୍ବୁଲାନ୍ସ। ସମାଜସେବାରେ ଅହରହ ଜଡିତ ଥିବା ବିଶ୍ବର ଏକ ସର୍ବବୃହତ ସେବା ଅନୁଷ୍ଠାନ ହେଉଛି ରୋଟାରୀ କ୍ଳବ୍। ସମାଜର ଅଭାବୀ ଲୋକମାନଙ୍କୁ କମ୍ ଖର୍ଚ୍ଚରେ ସେବା ଯୋଗାଇଦେବା ପାଇଁ ନୟାଗଡ଼ ରୋଟାରୀ କ୍ଳବ୍ ର ଆର୍ଥିକ ସହଯୋଗରେ କ୍ରୟ ହୋଇଥିବା ଆମ୍ବୁଲାନ୍ସଟିକୁ ଆଜି ନୟାଗଡ଼ ଜିଲ୍ଲା ମୁଖ୍ଯ ଚିକିତ୍ସା ଅଧିକାରୀ ଡ଼ାକ୍ତର ସୁଶାନ୍ତ କୁମାର ଦାସ ଓ ଜିଲ୍ଲା ଉପ ମୁଖ୍ୟ ଚିକିତ୍ସାଧିକାରୀ ଡ଼ାକ୍ତର ଅଜୟ କୁମାର ବାହିନୀପତି ସବୁଜ ପତାକା ଦେଖାଇ ଆମ୍ବୁଲାନ୍ସ ସେବାର ଉଦଘାଟନ କରିଛନ୍ତି। ରୋଟାରୀ କ୍ଳବ୍ ର ଏଇ ସମାଜସେବା ପ୍ରବୃତ୍ତିକୁ ଅତିଥି ମାନେ ବହୁ ପ୍ରଶଂସା କରିଥିଲେ। ଆଜିର ଏହି ଉଦଘାଟନ କାର୍ଯ୍ୟକ୍ରମ ରେ କ୍ଳବ୍ ର ସଭାପତି ରୋଟାରିଆନ୍ ଶ୍ରୀକାନ୍ତ କୁମାର ଖଟେଇ, ସଂପାଦକ ଅବିନାଶ ସାହୁ ଓ ସଦସ୍ଯ ପ୍ରସନ୍ନ କୁମାର ବସନ୍ତିଆ, ମିହିର ରଞ୍ଜନ ନାୟକ,ଧୀରେନ୍ଦ୍ର କୁମାର ପଟ୍ଟନାୟକ,ଜି. ରଶ୍ମିରାଜ୍, ଦିଲ୍ଲିପ ମିଶ୍ର, ବାସୁଦେବ ସାହୁ , ଦେବାଶିଷ ପଟ୍ଟନାୟକ, ସନ୍ତୋଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।
Related posts
-
ସଙ୍ଗୀତଧାରା ଭକ୍ତି ସଙ୍ଗୀତ ପ୍ରତିଯୋଗିତା, ୮ରେ ରଣପୁର ବ୍ଲକ ଅଡିସନ
ରଣପୁର,(ନୟାଗଡ଼ ଦର୍ପଣ): ସଙ୍ଗୀତଧାରା, ନୟାଗଡ଼ ପକ୍ଷରୁ ଆୟୋଜିତ ସିଜିନ-୨ ଭକ୍ତି ସଙ୍ଗୀତ ପ୍ରତିଯୋଗିତାର ରଣପୁର ବ୍ଲକ ଅଡିସନ ଆସନ୍ତା ୮ ତାରିଖ... -
ନୟାଗଡ଼ ମୁନିସିପାଲିଟି ଦ୍ୱାରା ଆୟୋଜିତ ପିଏମ ସ୍ଵନିଧି ଯୋଜନାର କର୍ମଶାଳା ଉଦଯାପିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ରହିଥିବା ଉଠା ଦୋକାନୀଙ୍କ ଆର୍ଥିକ ଅଭିବୃଦ୍ଧି ନିମନ୍ତେ ୫ଦିନ ବ୍ୟାପି ଚାଲିଥିବା କର୍ମଶାଳା ସୋମବାର... -
ନିଖିଳ ଉତ୍କଳ ଶୁଣ୍ଢୀ ସମାଜର ଜିଲ୍ଲା ସ୍ତରୀୟ ସମାବେଶ ଅନୁଷ୍ଠିତ ହୋଇଯାଇଛି
ଦଶପଲ୍ଲା, (ନୟାଗଡ଼ ଦର୍ପଣ): ନିଖିଳ ଉତ୍କଳ ଶୁଣ୍ଢୀ ସମାଜର ଜିଲ୍ଲାସ୍ତରୀୟ ସମାବେଶ ଦଶପଲ୍ଲା ସ୍ଥିତ ଶ୍ରୀକୃଷ୍ଣ କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଅଛି।...