ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାପାଳଙ୍କ ମିନି କନଫରେନସ୍ ହଲରେ ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ତା. ୦୮.୧୨.୨୦୨୪ରିଖରେ ନୟାଗଡ଼ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଧାନ ସଂଗ୍ରହ ଶୁଭ ଉଦ୍ଘାଟନର ସିଧା ପ୍ରସାରଣ ତଥା ଜିଲ୍ଲାସ୍ତରରେ ଏହାର କାର୍ଯ୍ୟକାରୀ ଓ ପାଳନ ସମ୍ବନ୍ଧରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବିଭିନ୍ନ ବ୍ଲକରୁ ପ୍ରାୟ ୧୦୦୦କୃଷକମାନଙ୍କୁ ଆଣି ଏଥିରେ ସାମିଲ କରିବା ପାଇଁ ପ୍ରସ୍ତୁତି ବୈଠକରେ ସ୍ଥିର କରାଯାଇଛି। କୃଷି ସମ୍ବନ୍ଧୀୟ ବିଭିନ୍ନ ଷ୍ଟଲ ଦ୍ୱାରା କୃଷକମାନଙ୍କୁ ସଚେତନତା କରାଯିବା ପାଇଁ ପ୍ରସ୍ତାବ ଗୃହୀତ ହୋଇଛି । କୃଷି ବିଭାଗ, କୃଷି ବିଜ୍ଞାନ କେନ୍ଦ୍ର, ପାଣିପୋଇଲା, ଉଦ୍ୟାନକୃଷି ବିଭାଗ, ଜଳ ବିଭାଜୀକା, ଯୋଗାଣ ବିଭାଗ, ପ୍ରାଣୀ ସମ୍ପଦ ବିଭାଗ, RMC, ARCS ପ୍ରଭୃତି ବିଭାଗରୁ ପ୍ରଦର୍ଶନୀ ଷ୍ଟଲ ଖୋଲିବା ପାଇଁ ସ୍ଥିର କରାଯାଇଛି । କୃଷକମାନଙ୍କୁ ସେମାନଙ୍କ ବ୍ଲକ ମୁଖ୍ୟାଳୟରୁ ଜିଲ୍ଲା ସଦର ମହକୁମାସ୍ଥିତ ପ୍ରଦର୍ଶନୀ ସ୍ଥଳକୁ ବସ ଯୋଗେ ଆଣିବା ଏବଂ ପ୍ରଦର୍ଶନୀ ପରେ ବ୍ଲକ ମୁଖ୍ୟାଳୟରେ ଛାଡ଼ିବା ପାଇଁ ସ୍ଥିର କରାଯାଇଛି । ଆଂଚଳିକ ପରିବହନ ଅଧିକାରୀଙ୍କ ଦ୍ୱାରା ବସଗୁଡ଼ିକର ବ୍ୟବସ୍ଥା କରାଯିବ । ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ପାଇଁ ନିର୍ବାହୀ ଯନ୍ତ୍ରୀ, TPCODLଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରାଜ୍ୟସ୍ତରୀୟ ସମସ୍ତ କାର୍ଯ୍ୟକ୍ରମ LED ମାଧ୍ୟମରେ ସିଧା ପ୍ରସାରଣ କରି ଉପସ୍ଥିତ କୃଷକମାନଙ୍କୁ ପ୍ରଦର୍ଶିତ କରାଯିବ। ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ), ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ, ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ଜିଲ୍ଲା ଯୋଗାଣ ଅଧିକାରୀ, କୃଷି ବିଜ୍ଞାନ କେନ୍ଦ୍ରର ବୈଜ୍ଞାନିକ, ସହକାରୀ ନିବନ୍ଧକ ସମବାୟ ସମିତି, ଅନ୍ୟ ସମସ୍ତ ସଂପୃକ୍ତ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।
Related posts
-
ନୟାଗଡ଼ ଜିଲ୍ଲା ମହୋତ୍ସବକୁ ନେଇ ପ୍ରଶାସନ ପକ୍ଷରୁ ସାମ୍ବାଦିକ ସମ୍ମିଳନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ଚଳିତ ମାସ ତା.୨୪ ରୁ ୨୮ ତାରିଖ ନୟାଗଡ଼ ଜିଲ୍ଲା ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା, କୃଷି-ଯନ୍ତ୍ରପାତି... -
“ସ୍ମାଇଲ ନୟାଗଡ଼” ପକ୍ଷରୁ ଉଲ୍ଲାସ ଉତ୍ସବ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ସ୍ମାଇଲ ନୟାଗଡ଼ ପକ୍ଷରୁ ଉଲ୍ଲାସ ଉତ୍ସବ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି... -
ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତ
December 18, 2024 Jajati Comments Off on ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର ଦ୍ବିତୀୟ ସଂନ୍ଧ୍ୟା ଧୁମଧାମରେ ପାଳିତନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ବ୍ଲକ ଅନ୍ତର୍ଗତ ଜେମାଦେଇପୁର ପାଟଣା ରାଜପାଟଣା ମିନି ଷ୍ଟାଡିୟମ ଠାରେ ପଞ୍ଚାୟତ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର...