“ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟସ୍ତରକୁ ଉତ୍ତୀର୍ଣ୍ଣ
ନୂଆଗାଁ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ନୂଆଗାଁ ବ୍ଲକ୍ ସଦରମହକୁମାରେ ଥିବା ନୂଆଗାଁ ହାଇସ୍କୁଲର ଛାତ୍ରୀ ଶିବାନୀ ପ୍ରଧାନ ଜିଲ୍ଲାରୁ ରାଜ୍ୟସ୍ତରକୁ ଉନ୍ନୀତ ହୋଇଥିବା ଜଣା ପଡ଼ିଛି। ସୂଚନା ଥାଉକି ନୟାଗଡ ବ୍ରଜେନ୍ଦ୍ର ଉଚ୍ଚ ବିଦ୍ୟାଳୟ ପରିସରରେ ଚାଲିଥିବା ଜିଲ୍ଲା ସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀରେ ମାଥମେଟିକାଲ୍ ମଡେଲ ଥିମରେ ପ୍ରକଳ୍ପ “ଜିଓମେଟ୍ରିକ ପାର୍କ” ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ପ୍ରଦର୍ଶନ କରି ପ୍ରଥମ ସ୍ଥାନ ଅଧିକାର କରି ରାଜ୍ୟ ସ୍ତରକୁ ଉତ୍ତୀର୍ଣ୍ଣ ହୋଇଛନ୍ତି। ଜିଲ୍ଲା ଶିକ୍ଷା ଅଧିକାରୀଣି ରାଜଶ୍ରୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ନୟାଗଡ ବିଧାୟକ ଡ଼ ଅରୁଣ କୁମାର ସାହୁ, ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ, ଜିଲ୍ଲାପାଳ ଅକ୍ଷୟ ସୁନିଲ ଅଗ୍ରୱାଲ, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ନୂଆଗାଁ, ଦଶପଲ୍ଲା ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ ଉପସ୍ଥିତ ରହି କୃତିତ୍ୱ ଅର୍ଜନ କରିଥିବା ଶିବାନୀଙ୍କୁ ପୁରସ୍କୃତ କରିଥଲେ। ନୂଆଗାଁ ବ୍ଲକସ୍ତରୀୟ ବାଲ୍ ବୈଜ୍ଞାନିକ ପ୍ରଦର୍ଶନୀରେ ଶିବାନୀ ଜିଲ୍ଲାସ୍ତରକୁ ମନୋନୀତ ହୋଇଥିଲେ। ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା, ବ୍ଲକ୍ ଅଧ୍ୟକ୍ଷା ଲକ୍ଷ୍ମୀପ୍ରିୟା ବେହେରା, ନୂଆଗାଁ ଗ୍ରାମ ପଞ୍ଚାୟତ ସରପଞ୍ଚ ଅମିତା ପରିଡ଼ା, ସମିତି ସଭ୍ୟା ଶ୍ରଦ୍ଧାଞ୍ଜଳୀ ସାସମଲ, ବ୍ଲକ୍ ଶିକ୍ଷା ଅଧିକାରୀ ଭକ୍ତି ବିନୋଦ ସଲ, ପ୍ରଧାନ ଶିକ୍ଷକ ଭୀମସେନ ଦାସ କୃତିତ୍ୱ ଅର୍ଜନ କରି ରାଜ୍ୟସ୍ତରକୁ ମନୋନୀତ ହୋଇଥିବା ଶିବାନୀ ପ୍ରଧାନଙ୍କୁ ଶୁଭେଛା ଜଣାଇବା ସହ ଉଜ୍ଜ୍ବଳ ଭବିଷ୍ୟତ କାମନା କରିଛନ୍ତି। ଏହି ସଫଳତା ପାଇଁ ବିଦ୍ୟାଳୟର ବିଜ୍ଞାନ ଶିକ୍ଷୟତ୍ରୀ କାଜଲ ପ୍ରିୟଦର୍ଶିନୀ ସହଯୋଗ କରିବା ସହ ବ୍ଲକ୍ ଠାରୁ ଜିଲ୍ଲା ସ୍ତର ପର୍ଯ୍ୟନ୍ତ ପ୍ରଦର୍ଶନ କାର୍ଯ୍ୟକ୍ରମରେ ଶିବାନୀଙ୍କ ସହ ଉପସ୍ଥିତ ଥିଲେ।