ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ଦିଲିପ କୁମାର ବଳଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହରେ ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନର ଜିଲ୍ଲାସ୍ତରୀୟ ପରାମର୍ଶ ବୈଠକ “ମନ୍ଥନ ଶିବିର” ଅନୁଷ୍ଠିତ ହୋଇଥିଲା। ସର୍ବପ୍ରଥମେ ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ ସମସ୍ତଙ୍କୁ ମନ୍ଥନ ଶିବିରକୁ ସ୍ୱାଗତ କରିବା ସହ ସୁଚିନ୍ତିତ ମତାମତ ପ୍ରଦାନ କରିବା ଲାଗି ବିଭାଗୀୟ ଅଧିକାରୀମାନଙ୍କୁ ଅନୁରୋଧ କରିଥିଲେ । ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ସ ଅଭିଯାନ ଅନ୍ତର୍ଗତ ନୟାଗଡ଼ ଜିଲ୍ଲାର ମୋଟ ୧୧୩ଟି ଅନୁସୂଚିତ ଜନଜାତି ବହୁଳ ଗ୍ରାମର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ଶିବିରରେ ଆଲୋଚନା କରାଗଲା । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗର ବିଶ୍ୱସ୍ୱରୁପ ସାହୁ, ଶ୍ୱେତା ମିଶ୍ର ଓ ଶ୍ରଦ୍ଧାଂଜଳି ହୋତା ଉପସ୍ଥିତ ରହି ଜିଲ୍ଲାସ୍ତରୀୟ ଅଧିକାରୀ ଏବଂ ମଣ୍ଡଳ ଉନ୍ନୟନ ଅଧିକାରୀ, ଦଶପଲ୍ଲା ଏବଂ ନୂଆଗାଁ, ମଙ୍ଗଳ ସଂପ୍ରସାରଣ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।
Related posts
-
ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ପାଳନ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିଭିଲ ସୋସାଇଟି ନୟାଗଡ଼ ପକ୍ଷରୁ ୭୬ତମ ଗଣତନ୍ତ୍ର ଦିବସ ସକାଳ ୦୭.୩୦ ସମୟରେ ସ୍ଥାନୀୟ ହୋଟେଲ ନିଳମାଧବ... -
ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ୭୬ତମ ସାଧାରଣ ତନ୍ତ୍ର ଦିବସ ପାଳିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ସାମ୍ବାଦିକ ସଙ୍ଘ ପକ୍ଷରୁ ନୟାଗଡ଼ ପୁରୁଣା ସହର ଜଗନ୍ନାଥ ମନ୍ଦିର ଯଦୁମଣି ମଣ୍ଡପଠାରେ ୭୬ତମ ସାଧାରଣତନ୍ତ୍ର... -
ସହରରେ ପାର୍କିଂ ଓ ଟ୍ରାଫିକ ସମସ୍ୟା ନେଇ ସାମ୍ବାଦିକଙ୍କ ଅସନ୍ତୋଷ
ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ...