ସମ୍ବାଦ ପରମ୍ପରା ଓ ନୟାଗଡ ଲାଇଟ୍ ର ଜନ୍ମୋତ୍ସବ

ସମାଜ ସଂସ୍କାର ସମସ୍ତ ସାମ୍ବାଦିକ ମାନଙ୍କର ଦାୟିତ୍ଵ

ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡରୁ ପ୍ରକାଶିତ ସାପ୍ତାହିକ ସମ୍ବାଦ ପତ୍ର ‘ସମ୍ବାଦ ପରମ୍ପରା’  ଓ ଇଂରାଜୀ ପାକ୍ଷିକ ‘ନୟାଗଡ ଲାଇଟ୍’ର  ୨୪ ତମ ଏବଂ ୯ମ ଜନ୍ମୋତ୍ସବ ସ୍ଥାନୀୟ କେ.ସି. କ୍ଲବ୍ ଠାରେ ପାଳିତ ହୋଇଯାଇଛି । ଏହି ଉତ୍ସବରେ ନୟାଗଡ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଏବଂ ନୟାଗଡ ପୌରପରିଷଦର ଅଧ୍ୟକ୍ଷା ନିରୁପମା ଖଟେଇ, ପ୍ରାକ୍ତନ ଅଧ୍ୟକ୍ଷ ଜନାବ୍ ଓମାର ମଲିକ୍ ଓ ଅଶୋକ କୁମାର ନାୟକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ କହିଥିଲେ ଯେ, ସମାଜ ସଂସ୍କାର ସମସ୍ତ ସାମ୍ବାଦିକମାନଙ୍କର ଗୁରୁ ଦାୟିତ୍ବ ହେବା ଆବଶ୍ୟକ। ସାମ୍ବାଦିକମାନଙ୍କ ବିନା ଶାନ୍ତି ଓ ପ୍ରଗତି ଅସମ୍ଭବ। ଇତ୍ୟ ଅବସରରେ ଏକ ଶୀତ କବିତା ପାଠୋତ୍ସବର ଆୟୋଜନ କରାଯାଇଥିଲା ଏବଂ ଏଥିରେ ରାଜ୍ୟସ୍ତରୀୟ କବି ବୃନ୍ଦ ସେମାନଙ୍କର ସ୍ବରଚିତ କବିତା ପାଠ କରିଥିଲେ । ଏହି ଉତ୍ସବରେ କବିତା ଗୁଡ଼ିକୁ କ୍ଷଣପ୍ରଭା କର ଓ ନୀଳମାଧବ ମିଶ୍ର ସଂଯୋଜନା କରିଥିଲେ। ଦର୍ଶନର ସାମ୍ବାଦିକ ରଞ୍ଜନ କୁମାର ପରିଡ଼ାଙ୍କୁ “ସମ୍ବାଦ ପରମ୍ପରା -୨୦୨୪” ଏବଂ ଏମ୍. ଆଉରେଙ୍ଗ ଜେବଙ୍କୁ “ନୟାଗଡ ଲାଇଟ୍ -୨୦୨୪” ସମ୍ମାନ ପ୍ରଦାନ କରାଯାଇଥିଲା। ଏଥି ସହିତ ଅନ୍ୟାନ୍ୟ ୧୩ଜଣଙ୍କୁ ସେମାନଙ୍କର ମହାନ ବ୍ୟକ୍ତିତ୍ଵ ପାଇଁ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉତ୍ସବରେ ସମାଜସେବୀ ପ୍ରମୋଦ ପଟ୍ଟନାୟକ ସଭାପତିତ୍ବ କରିଥିବା ବେଳେ ସମ୍ପାଦକ ଡ଼. ନିର୍ମଳ ଚନ୍ଦ୍ର ଶୂରଦେଓ ଏହାକୁ ପରିଚାଳନା କରିଥିଲେ।

Related posts