ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ, ନୟାଗଡ଼ ଶାଖା ପକ୍ଷରୁ ବିଦ୍ୟାଳୟ ସ୍ତରରେ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଶ୍ରୀମଦଭାଗବତଗୀତା ଶ୍ଳୋକ ଆବୃତ୍ତି ପ୍ରତିଯୋଗିତା ଚଳିତ ମାସ ୧୧ ତାରିଖରେ ପିଟିଏସ ରୋଡ଼ରେ ଅବସ୍ଥିତ ଭାରତ ବିକାଶ ପରିଷଦ ଭବନରେ ଅନୁଷ୍ଠିତ ହେବ। ଜୁନିୟର ଏବଂ ସିନିୟର ଦୁଇଟି ବିଭାଗରେ ଅନୁଷ୍ଠିତ ହେବାକୁ ଥିବା ଏହି ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଚିନ୍ମୟ ମିଶନ ପକ୍ଷରୁ ପ୍ରମାଣ ପତ୍ର ସହିତ ପୁରସ୍କୃତ କରାଯିବ। ଏ ନେଇ ଏକ ପ୍ରସ୍ତୁତି ବୈଠକ ଚିନ୍ମୟ ମିଶନ, ନୟାଗଡ଼ ଶାଖା ସଭାପତି ସୁରେନ୍ଦ୍ରନାଥ ମହାପାତ୍ରଙ୍କ ପୌରୋହିତ୍ୟରେ ଭାରତ ବିକାଶ ପରିଷଦ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ମିଶନ ସଂଯୋଜିକା ଶ୍ରାବଣୀ ମିଶ୍ର, ଅର୍ଥ ସଚିବ ପ୍ରଦୀପ କୁମାର ସାହୁଙ୍କ ସମେତ ସଦସ୍ୟ ଉଦୟନାଥ ନାୟକ, ଅରୁଣ କୁମାର ମହାନ୍ତି,ପ୍ରସନ୍ନ କୁମାର ବସନ୍ତିଆ, ପ୍ରଫୁଲ କୁମାର ନାୟକ, ରବୀନ୍ଦ୍ର ନାଥ ମହାପାତ୍ର, ସତ୍ୟରଞ୍ଜନ ଦାଶ, ପଦ୍ମଚରଣ ସାହୁ, ପ୍ରଦୀପ୍ତ ସାହୁ ଏବଂ ଲକ୍ଷ୍ମୀଧର ସାହୁ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସଦସ୍ୟ ସତ୍ୟରଞ୍ଜନ ଦାଶ ଧନ୍ୟବାଦ ପ୍ରଦାନ କରିଥିଲେ।
Related posts
-
ଜିଲ୍ଲା ବରିଷ୍ଠ ନାଗରିକ ମଞ୍ଚ ଦୁସ୍ଥ ଅସହାୟଙ୍କ ଆଶା ବାଡ଼ି
ନୟାଗଡ଼, (ନୟାଗଡ଼ ଦର୍ପଣ): ବାଉଁଶିଆ ପଡା ପଞ୍ଚାୟତ ନୋଡାଲ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ଆୟୋଜିତ ଶ୍ରୀ ଜଗନ୍ନାଥ ବରିଷ୍ଠ ନାଗରିକ ମଞ୍ଚର... -
ନୟାଗଡ଼ ଜିଲ୍ଲା ମାଟି ତଳେ ମୂଲ୍ୟବାନ ଲିଥିୟମ ଧାତୁ
ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲା ମାଟି ତଳେ ଲିଥିୟମ ଥିବା ନେଇ ମିଳିଛି ବଡ଼ ସଙ୍କେତ। ଭୁବନେଶ୍ବରରେ ଅନୁଷ୍ଠିତ ଜିଓଲଜିକାଲ... -
ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ମୁକୁଳିତ ରଜନୀଗନ୍ଧା ସାହିତ୍ୟ ପତ୍ରିକା ର ରୌପ୍ୟ ଜୟନ୍ତୀ ସମାରୋହ ଆଜି ନୀଳମାଧବ ହୋଟେଲ ଠାରେ ପୂର୍ବାହ୍ନ...