ନୟାଗଡ଼,(ନୟାଗଡ଼ ଦର୍ପଣ): ନୟାଗଡ଼ ସହର ନିକଟସ୍ଥ ମୁଥାଗାଡିଆ କଲ୍ୟାଣମଣ୍ଡପଠାରେ ନୟାଗଡ଼ ଜିଲ୍ଲା ଏଡିଇଓ ସଂଘ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ବାଦଲ କୁମାର ଷଡ଼ଙ୍ଗୀଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ବୈଠକରେ ସଂଘର ପରିଚାଳନା ପାଇଁ ନୂତନ କମିଟି ଗଠନ କରାଯାଇଛି। ନୂତନ କମିଟି ସଭାପତି ଭାବେ ଓଡ଼ଗାଁ ବ୍ଲକର ଜିତେନ୍ଦ୍ର କୁମାର ପୃଷ୍ଟି ଓ ସମ୍ପାଦକଭାବେ ପୂର୍ଣ୍ଣଚନ୍ଦ୍ର ମହାନ୍ତିଙ୍କୁ ସର୍ବ ସମ୍ମତି କ୍ରମେ ଚୟନ କରାଯାଇଛି। ସଂଘର ସୁପରିଚାଳନା ପାଇଁ ଉପଦେଷ୍ଟା ଭାବେ ବାଦଲ କୁମାର ଷଡଙ୍ଗୀ, ସରୋଜ କାନ୍ତ ରଥ, ରବୀନ୍ଦ୍ର କୁମାର ସ୍ବାଇଁ, ଅବିନାଶ ନାୟକ, ରଶ୍ମିତା ପଣ୍ଡା, ରଶ୍ମୀରେଖା ସାହୁ, ବବିତା ବସନ୍ତରା ଓ କୋଷାଧ୍ୟକ୍ଷ ଭାବେ ରଣପୁର ବ୍ଲକର ନିରଞ୍ଜନ ମିଶ୍ରଙ୍କୁ ମନୋନୀତ କରାଯାଇଛି। ଆଗାମୀ ଦିନରେ ସଂଘର ସମସ୍ତ କାର୍ଯ୍ୟକ୍ରମକୁ ସମସ୍ତ ସଭ୍ୟଙ୍କ ମତାମତକୁ ଗ୍ରହଣ କରି ଶୃଙ୍ଖଳିତ ଭାବରେ ପରିଚାଳନା କରିବା ପାଇଁ ସଂଘର ସଭାପତି ଜିତେନ୍ଦ୍ର କୁମାର ପୃଷ୍ଟି ମତ ରଖିଥିଲେ। ପରିଶେଷରେ ରଣପୁର ବ୍ଲକ ସଭାପତି ପୂର୍ଣ୍ଣଚନ୍ଦ୍ର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।
Related posts
-
ରାଜସୁନାଖଳା ମହାବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ପ୍ରତିଷ୍ଠାତାଙ୍କ ପରଲୋକ
ରଣପୁର,(ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ରାଜସୁନାଖଳା ଅଞ୍ଚଳରେ ମଧୁସୁଦନ ମହାପାତ୍ର (ମଧୁ ଅଜା)ଙ୍କ ବିୟୋଗରେ ଶୋକର ଛାୟା ଖେଳିଯାଇଛି। ୧୯୭୮ମସିହା ଫେବୃଆରୀ... -
ନାଟ୍ୟଧାରା’ ପକ୍ଷରୁ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବ
February 1, 2025 Jajati Comments Off on ନାଟ୍ୟଧାରା’ ପକ୍ଷରୁ ମାର୍ଚ୍ଚ ୧ରୁ ପଞ୍ଚମ ରାଜ୍ୟସ୍ତରୀୟ ନାଟକ ମହୋତ୍ସବନୟାଗଡ଼,(ନୟାଗଡ଼ ଦର୍ପଣ): ଆସନ୍ତା ମାର୍ଚ୍ଚ ୧ତାରିଖ ଠାରୁ ୭ ତାରିଖ ଯାଏଁ ଦୀର୍ଘ ସାତ ଦିନ ବ୍ୟାପି ପଞ୍ଚମ ରାଜ୍ୟସ୍ତରୀୟ ନାଟ୍ୟ... -
ନୟାଗଡ଼ରେ ଜିଲ୍ଲାସ୍ତରୀୟ ଆଶା ଓ ଗାଁ କଲ୍ୟାଣ ସମିତି ସମ୍ମିଳିନୀ
ନୟାଗଡ଼, (ନୟାଗଡ଼ ଦର୍ପଣ): ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ଠାରେ ନୟାଗଡ ଜିଲ୍ଲା ସ୍ତରୀୟ ଆଶା ଓ ଗାଁ କଲ୍ୟାଣ...