ନୟାଗଡ଼,(ନୟାଗଡ଼ ଦର୍ପଣ): ପରିବେଶକୁ ସ୍ୱଚ୍ଛ,ସୁନ୍ଦର ଓ ପରିଷ୍କାର ରଖିବା ଲକ୍ଷ୍ୟ ନେଇ ନୟାଗଡ଼ ଜିଲ୍ଲାର ଅଗ୍ରଣୀ ନାଗରିକ ଅନୁଷ୍ଠାନ ‘ନୟାଗଡ଼ ନାଗରିକ ମଞ୍ଚ’ ପକ୍ଷରୁ ନୟାଗଡ଼ ଟାଉନ ରେଳ ଷ୍ଟେସନ ଏବଂ ଏହାର ପରିସରକୁ ସଫେଇ କରାଯାଇଛି । ରେଳ ଷ୍ଟେସନ ମଧ୍ୟରେ ପଡ଼ିଥିବା ପ୍ଲାଷ୍ଟିକ ପାଣି ବୋତଲ,ପାଉଚ, ଜରି,କାଗଜ ଟୁକୁରା ତଥା ବିଭିନ୍ନ ଆବର୍ଜନା ଗୁଡ଼ିକୁ ପରିଷ୍କାର କରାଯାଇଥିଲା । ସେହିପରି ଷ୍ଟେସନ ପରିସର ଏବଂ ଏହାର ଆଖପାଖରେ ଉଠିଥିବା ଅନାବନା ଗଛ,ଘାସ ଇତ୍ୟାଦିକୁ କଟାଯାଇ ଥିବା ବେଳେ ଷ୍ଟେସନ ମଧ୍ୟରେ ଥିବା ପିଇବା ପାଣି ଟ୍ୟାପ ନିକଟରେ ନିଷ୍କାସିତ ହୋଇ ନପାରି ଜମା ହୋଇ ରହୁଥିବା ଆବର୍ଜନା ପାଣିକୁ ନିଷ୍କାସିତ କରାଯାଇଥିଲା । ନୟାଗଡ଼ ନାଗରିକ ମଞ୍ଚ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ଉପ ସଭାପତି ପ୍ରଦୀପ କୁମାର ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି ସଫେଇ ଅଭିଯାନରେ ନାଗରିକ ମଞ୍ଚ ସଦସ୍ୟ ଇଂ ଦିଲ୍ଲୀପ କୁମାର ସାହୁ, ଲକ୍ଷ୍ମୀଧର ମହାପାତ୍ର, କୈଳାସ ଚନ୍ଦ୍ର ରଥ, ଗୋକୁଳ ଚନ୍ଦ୍ର ଷଡ଼ଙ୍ଗୀ, ପ୍ରଦୀପ୍ତ କୁମାର ଡାକୁଆ, ଲକ୍ଷ୍ମୀଧର ସାହୁ, ସୁରେନ୍ଦ୍ର ପ୍ରଧାନ ପ୍ରମୁଖ ସାମିଲ ହୋଇଥିବା ବେଳେ ନୟାଗଡ଼ ମୁନିସିପାଲଟିର ସଫେଇ କର୍ମଚାରୀ ତଥା ରେଳବିଭାଗ ଷ୍ଟେସନ ମ୍ୟାନେଜର ଏବଂ କର୍ମଚାରୀମାନେ ସହଯୋଗ କରିଥିଲେ ।
Related posts
-
ବ୍ଲକସ୍ତରୀୟ ନିପୁଣ ଓଡ଼ିଶା ମେଳା ଅନୁଷ୍ଠିତ
ନୟାଗଡ଼,(ନୟାଗଡ଼ ଦର୍ପଣ): ବ୍ଲକ ସ୍ତରୀୟ ନିପୁଣ ଓଡ଼ିଶା ମେଳା-୨୦୨୫ ବ୍ରଜେନ୍ଦ୍ର ହାଇସ୍କୁଲ, ନୟାଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି । ପ୍ରଥମରୁ ତୃତୀୟ... -
ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ... -
ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ
January 31, 2025 Jajati Comments Off on ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ...