ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଲେଖନପୁର ସ୍ଥିତ ସମର୍ପଣ ବୃଦ୍ଧାଶ୍ରମରେ ମହାସମାରୋହରେ ପାଳିତ ହୋଇ ଯାଇଛି ୭୬ତମ ସାଧାରଣତନ୍ତ୍ର ଦିବସ। ରଣପୁରର ମାନ୍ଯବର ପୂର୍ବତନ ବିଧାୟକ ସତ୍ଯ ନାରାୟଣ ପ୍ରଧାନ ଅତିଥି ଭାବେ ଯୋଗଦେଇ ଆଶ୍ରମ ଅନ୍ତେବାସୀ ଓ ସଦସ୍ଯମାନଙ୍କ ଗହଣରେ ଜାତୀୟ ପତାକା ଉତ୍ତୋଳନ କରି ମହାନ୍ ଦେଶଭକ୍ତ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ସ୍ମୃତି ଚାରଣ କରିବା ସହିତ ଆଶ୍ରମ ପରିଚାଳନା କମିଟି ସଦସ୍ଯମାନଙ୍କ ସେବା ଓ ସମୟଦାନ ପାଇଁ ସାଧୁବାଦ ଜଣାଇଥିଲେ। ସମର୍ପଣ ପରିଚାଳନା କମିଟିର କାର୍ଯ୍ଯକାରୀ ସଭାପତି ଅରୁଣ କୁମାର ମହାନ୍ତି, ସଂପାଦକ ଶ୍ରୀଧର ସାହୁ, କୋଷାଧ୍ୟକ୍ଷ ସନ୍ତୋଷ କୁମାର ନାୟକ, ସଦସ୍ଯ ଧୀରେନ୍ଦ୍ର କୁମାର ପଟ୍ଟନାୟକ, ଶ୍ରୀକାନ୍ତ ପଟ୍ଟନାୟକ, ରାଧେଶ୍ଯାମ ମୋହତା, ଦୁର୍ଯ୍ଯୋଧନ ସାହୁ ସମେତ ପ୍ଳେସ୍କୁଲର ଛାତ୍ରଛାତ୍ରୀ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ଥିଲେ।
ସମର୍ପଣ(ବୃଦ୍ଧାଶ୍ରମ)ରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳନ
