ନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟଯୁଗୀୟ ଓଡ଼ିଆ ତଥା ବୈଷ୍ଣବ ସାହିତ୍ୟର ମହାନ କବି, ଓଡ଼ିଶା ଆକାଶର ଅନ୍ୟତମ ଉଜ୍ଜ୍ୱଳ ଜ୍ୟୋତିଷ୍କ ତଥା ନୟାଗଡ଼ ମାଟିର ଗର୍ବ ଓ ଗୌରବ ମହାକବି କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମାଙ୍କ ୨୮୭ତମ ଜୟନ୍ତୀ ପାଳନ ସହିତ ବ୍ରଜେନ୍ଦ୍ର ହାଇସ୍କୁଲ ପରିସରରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଦିଆଯାଇଛି । କବିସୂର୍ଯ୍ୟ ସଦାନନ୍ଦ ବ୍ରହ୍ମା ସାହିତ୍ୟ ଓ ସଂସ୍କୃତି ପରିଷଦ,ନୟାଗଡ଼ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସାମଜସେବୀ ପ୍ରମୋଦ ପଟ୍ଟନାୟକ, ସମାଜସେବୀ ଅନାଦି ଚରଣ ମହାନ୍ତି, ବ୍ଲକ ଶିକ୍ଷାଧିକାରୀ ଉମାକାନ୍ତ ସେଠୀ, ବରିଷ୍ଠ ନାଗରିକ ଦୁର୍ଯ୍ୟୋଧନ ସାହୁ, ପୂର୍ଣଚନ୍ଦ୍ର ଶତପଥୀ, ପ୍ରଫୁଲ୍ଲ କୁମାର ନାୟକ, ଲକ୍ଷ୍ମୀଧର ସାହୁ, ପ୍ରଦୀପ କୁମାର ସାହୁ, ପ୍ରଶାନ୍ତ ପଟ୍ଟନାୟକ, ସୁଦର୍ଶନ ସାହୁ, ଅଶୋକ ମଲ୍ଲ, ଶରତ ନାୟକ ପ୍ରମୁଖ ଯୋଗଦାନ କରି କବିସୂର୍ଯ୍ୟଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିବା ସହ ଚୈତନ୍ୟ ପନ୍ଥୀ ବୈଷ୍ଣବ କବି କବିସୂର୍ଯ୍ୟ ସଦାନନ୍ଦଙ୍କ ଜୀବନୀ ଏବଂ ବିରଳ ରଚନାବଳୀ ସଂପର୍କରେ ବିସ୍ତୃତ ଆଲୋଚନା କରିଥିଲେ।
Related posts
-
ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା
ନୟାଗଡ଼,(ନୟାଗଡ଼ ଦର୍ପଣ): ପବିତ୍ର ଶ୍ରୀ ପଞ୍ଚମୀ ଅବସରରେ ଆଜି ନୟାଗଡ଼ ସାମ୍ବାଦିକ ଭବନ ସଭାଗୃହ ପ୍ରତିଷ୍ଠା କରାଯାଇଛି । ସଭାପତି ବୈଦ୍ୟ... -
ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକ
January 31, 2025 Jajati Comments Off on ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ ଶିକ୍ଷକନୟାଗଡ଼,(ନୟାଗଡ଼ ଦର୍ପଣ): ମଧ୍ୟପ୍ରଦେଶର ଦାମୋହ ଜିଲ୍ଲାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଶିକ୍ଷା ପ୍ରଶିକ୍ଷଣ ଶିବିରରେ ନୟାଗଡ଼ ଜିଲ୍ଲାରୁ ୯ଜଣ ଶିକ୍ଷକ ଯୋଗଦାନ... -
ବିଦ୍ୟାଳୟରେ ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ପାଳିତ
ନୟାଗଡ଼, (ନୟାଗଡ଼ ଦର୍ପଣ): ସିନ୍ଦୁରିଆ ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ଉତ୍ସବ ତଥା ପୁରସ୍କାର ବିତରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ...