ଭାପୁର,(ନୟାଗଡ଼ ଦର୍ପଣ): ଭାପୁର ବ୍ଲକ ସଦର ମହକୁମା ସ୍ଥିତ ସରସ୍ବତୀ ଶିଶୁ ମନ୍ଦିରର ୨୪ ତମ ବାର୍ଷିକ ଉତ୍ସବ ଶୁକ୍ରବାର ଦିନ ପ୍ରଧାନ ଆଚାର୍ଯ୍ୟ କାମରାଜ ବରାଡଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ବିଦ୍ୟାଳୟର ସଭାପତି ତଥା ବରିଷ୍ଠ ସାମ୍ବାଦିକ ସୁବାଷ ଚନ୍ଦ୍ର ମହାପାତ୍ର ସଭାପତିତ୍ବ କରିଥିଲେ। ମୁଖ୍ୟ ଅତିଥି ଭାବେ ଭାରତୀୟ ଶିକ୍ଷା ବିକାଶ ସଂସ୍ଥାନ, ଭୁବନେଶ୍ୱର ର ସାଧାରଣ ସମ୍ପାଦକ ଡା. କରୁଣାକର ପ୍ରଧାନ, ମୁଖ୍ୟ ବକ୍ତା ଭାବେ ଅବସରପ୍ରାପ୍ତ ଅଧ୍ୟାପକ ପବିତ୍ର କୁମାର ସୁବୁଦ୍ଧି, ସମ୍ମାନୀତ ଅତିଥି ଭାବେ ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଡାକ୍ତର ପ୍ରଦୀପ କୁମାର ପାଇକରାୟ, ବିଦ୍ୟାଳୟର ପ୍ରତିଷ୍ଠାତା ତଥା ବରିଷ୍ଠ ବିଜ୍ଞାନ ଶିକ୍ଷକ ଚରଣ କୁମାର ସାହୁ ଉପସ୍ଥିତ ଥିଲେ। ବିଦ୍ୟାଳୟର ସଂପାଦକ ତଥା ଅଧ୍ୟାପକ ପଦ୍ମ ଚରଣ ଭୋଳ ସଂପାଦକୀୟ ବିବରଣୀ ପାଠ କରିଥିଲେ। ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ବିଭାଗରେ କୃତିତ୍ବ ଅର୍ଜନ କରିଥିବା ଛାତ୍ର ଛାତ୍ରୀ ମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ମାନପତ୍ର, ଟ୍ରଫି ପ୍ରଦାନ କରି ପୁରସ୍କୃତ କରାଯାଇଥିଲା।ସମାଜସେବୀ ବିଜୟ କୁମାର ସାହୁ ମଞ୍ଚ ସଂଯୋଜନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଗୁରୁଜୀ, ଗୁରୂମା, ସେବିକା, କର୍ମଚାରୀ ମାନେ ସହଯୋଗ କରିଥିଲେ। ମୁଖ୍ୟ ଅତିଥି ତାଙ୍କ ଅବିଭାଷଣରେ କହିଥିଲେ ପିଲାଟିଏ ଗଢିବା ପାଇଁ ମାତା,ପିତା ଓ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ.
ସରସ୍ବତୀ ଶିଶୁ ମନ୍ଦିରର ୨୪ ତମ ବାର୍ଷିକ ଉତ୍ସବ
