ପଞ୍ଚୁପାଣ୍ଡବ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟାରେ ମନମୋହିଲା ସାନ ବଡ଼ ଘୁଡୁକା ଲୋକନୃତ୍ୟ ଏବଂ ନୂଆଗାଁ ବନ୍ଦନା

ନୂଆଗାଁ, (ନୟାଗଡ଼ ଦର୍ପଣ): ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ଏବଂ ପରମ୍ପରାକୁ ନେଇ ପଞ୍ଚୁପାଣ୍ଡବ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳା-୨୦୨୫ର ଦ୍ଵିତୀୟ ସଂଧ୍ୟା ଅନୁଷ୍ଠିତ ହୋଇଯାଇଛି। ବିଶିଷ୍ଟ ଅତିଥି ଭାବେ ବେଗୁନିଆ ବିଧାୟକ ପ୍ରଦୀପ କୁମାର ସାହୁ ଯୋଗଦେଇ କହିଥିଲେ ଯେ ଦଶପଲ୍ଲା ବିଧାୟକଙ୍କ ପାଇଁ ଆଜି ଏହି ମହୋତ୍ସବ ଯାହା  ଦ୍ଵାରା ଭାଇ ଚାରା ସୃଷ୍ଟି ହୋଇପାରିଛି । ସମ୍ମାନିତ ଅତିଥି ଭାବେ  ନୟାଗଡ ପୌର ପରିଷଦ ଅଧ୍ୟକ୍ଷ ନିରୁପମା ଖଟେଇ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲାପରିଷଦ ନୟାଗଡ ଲଗ୍ନଜିତ ରାଉତ, ଜିଲ୍ଲା ପରିଷଦ ସଭ୍ୟ ଜୋନ୍ ନଂ ୧୧ ବସନ୍ତ କୁମାର ପ୍ରଧାନ, ଜିଲ୍ଲା ପରିଷଦ ସଭ୍ୟ ଜୋନ ନଂ ୮ ନରେଶ କୁମାର ବେହେରା, ନୂଆଗାଁ ଥାନା ଅଧିକାରୀ ଶରତ କୁମାର ସେଠୀ, ପଞ୍ଚୁପାଣ୍ଡବ ମହୋତ୍ସବ ଉପ ସଭାପତି ପ୍ରଫୁଲ୍ଲ କୁମାର ବାରିକ, ସମାଜ ସେବୀ ତଥା ମହୋତ୍ସବ କମିଟିର ସଭ୍ୟ ଶୁଭ୍ରାଂଶୁ ଶେଖର ସେନାପତି ଯୋଗଦେଇ ନୂଆଗାଁ ବ୍ଲକର କଳା, ଐତିହ୍ୟ, ସଂସ୍କୃତି ବର୍ଣ୍ଣନା କରିଥିଲେ। ଶିକ୍ଷାବିତ୍, ସମାଜସେବୀ ଶିବରାମ ସେନାପତିଙ୍କୁ ଶତାୟୁ ପୁରୁଷ ଭାବେ କଷ୍ଟି ଡାକୁଆ ସାଂସ୍କୃତିକ ମଞ୍ଚରେ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ ଏବଂ ତାଙ୍କ ଆଶୀର୍ବାଦ ନେବା ସହ ନିରାମୟ ଜୀବନ କାମନା କରିଥଲେ।

ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ନୂଆଗାଁ ଆଦର୍ଶ ବିଦ୍ୟାଳୟର ଛାତ୍ର ଛାତ୍ରୀ। ଶ୍ରୀଧର ବେହେରା, ନିଳୀମା ନନ୍ଦ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିବା ବେଳେ ସହ ସଂଯୋଜନା କରିଥିଲେ  ଗୋପୀନାଥ ସେଠୀ। ନୂଆଗାଁ ବନ୍ଦନା ପଞ୍ଚାୟତ ହାଇସ୍କୁଲ୍ କୋରଡ଼ାର ଛାତ୍ରଛାତ୍ରୀଙ୍କ ଦ୍ଵାରା ପରିବେଷଣ କରଯାଇଥିଲା। ଡାଲଖାଇ, ରସର କେଲି, ରଙ୍ଗବତୀ ନୃତ୍ୟ ପରିବେଷଣ ହୋଇଥିବା ବେଳେ ଅଭିଜିତ ମଜୁମଦାର, ଆଶୁତୋଷ ମହାନ୍ତିଙ୍କ ସଙ୍ଗୀତ ଦର୍ଶକଙ୍କୁ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖିଥିଲା।

Related posts