ଗଣିଆ, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ଗଣିଆ ବ୍ଲକ ଅନ୍ତର୍ଗତ କିଶୋର ଚନ୍ଦ୍ର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିପୁଣ ଓଡିଶା ମେଳା” ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିଭାବେ ଗଣିଆ ପଞ୍ଚାୟତ ସମିତି ଅଧ୍ୟକ୍ଷା ଝୁନା ଜେନା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟ ନରେଶ ବେହେରା, ସମିତି ସଭ୍ୟ ଫକୀର ମୋହନ ଡାକୁଆ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ରବୀନ୍ଦ୍ର ନାଥ ବେହେରା, କିଶୋର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ନିହାରବାଳା ରାଉତ, ନିରୁପମା ମହାପାତ୍ର, ବିନୋଦିନୀ ପଣ୍ଡା ଆଦି ଯୋଗ ଦେଇଥିଲେ। ମୁଖ୍ୟ ବକ୍ତା ଭାବେ ଜିଲ୍ଲା ପ୍ରଶିକ୍ଷଣ ଶିକ୍ଷା ଅନୁଷ୍ଠାନ, ରାଜସୁନାଖଳାର ବରିଷ୍ଠ ଶିକ୍ଷକ ମାନସ କୁମାର ସାହୁ ଯୋଗ ଦେଇଥିଲେ। ଗୋଷ୍ଠୀ ଶିକ୍ଷାଧିକାରୀ ରବୀନ୍ଦ୍ର ନାଥ ରାଉତରାୟଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ସମ୍ପାଦିତ ହୋଇଥିଲା।ଆଖପାଖ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ ତଥା ଅଭିଭାବକ ଯୋଗ ଦେଇଥିଲେ। ସମସ୍ତ ସିଆରସିସି ଏଥିରେ ପୂର୍ଣ୍ଣ ସହଯୋଗ କରିଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଉତ୍ସାହିତ କରିବା ପାଇଁ ଶିକ୍ଷା ଉପକରଣ ମାନ ପ୍ରଦାନ କରାଯାଇଥିଲା।
