ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ମଧ୍ୟରେ ଗୁରୁତର ଟ୍ରାଫିକ ସମସ୍ୟା ପ୍ରତ୍ୟହ ଅନୁଭୂତ ହେଉଛି। ଡାକ୍ତରଖାନା ପରିସରରେ ବଡବଡ଼ ଅଟ୍ଟାଳିକା, ଷ୍ଟାଫ କ୍ୱାର୍ଟର ନିର୍ମାଣ ହେବା ପରେ ପବ୍ଲିକ ପାର୍କିଂ, ୧୦୮ ଆମ୍ବୁଲାନ୍ସ, ଘରୋଇ ଆମ୍ବୁଲାନ୍ସ ପାର୍କିଂ ଏପରିକି ହସ୍ପିଟାଲ ଷ୍ଟାଫମାନଙ୍କ ଗାଡି ପାର୍କିଂ ପାଇଁ ଧ୍ୟାନ ଦିଆଯାଉ ନାହିଁ ଯାହାଫଳରେ ଜବରଦସ୍ତ ପାର୍କିଂ ସମସ୍ୟା ସମାଧାନ ପାଇଁ ଏବେ ଡାକ୍ତରଖାନା ପରିସରରେ ଥିବା ପୁରୁଣା ସର୍ଜରୀ ୱାର୍ଡ ଭଙ୍ଗା ଯାଉଥିବା ଉଦ୍ଧିଷ୍ଟ ସ୍ଥାନକୁ ପବ୍ଲିକ ପାର୍କିଂ ସ୍ଥଳ ଭାବେ ବ୍ୟବହାର କରିବା ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ନୟାଗଡ ବିଧାୟକ ଡ଼ ଅରୁଣ ସାହୁ, ନୟାଗଡ ଜିଲ୍ଲପାଳଙ୍କୁ ନୟାଗଡ କଂଗ୍ରେସ ନେତା ତଥା ବରିଷ୍ଟ ଆଇନଜୀବୀ ରଣଜିତ ଦାଶ ସାମାଜିକ ଗଣମାଧ୍ୟମ ସ ଯୋଗେ ପ୍ରସ୍ତାବ ଦେଇଛନ୍ତି।
ପ୍ରାୟ ୧୩ ଲକ୍ଷ ଜିଲ୍ଲାବାସୀ ନିର୍ଭର କରୁଥିବା ଏହି ମୁଖ୍ୟ ଚିକିତ୍ସାଳୟକୁ ପ୍ରତ୍ୟେକ ଦିନ ହଜାର ହଜାର ସଂଖ୍ୟାରେ ବିଭିନ୍ନ ବର୍ଗର ରୋଗୀ ଏବଂ ସେମାନଙ୍କ ଆଟେଣ୍ଡାଣ୍ଟ ଆସୁଥିବାରୁ ନିର୍ଦ୍ଧିଷ୍ଟ ପବ୍ଲିକ ପାର୍କିଂ ସ୍ଥାନ ଅଭାବ ଯୋଗୁଁ ଡାକ୍ତରଖାନା ପରିସରରେ ଟ୍ରାଫିକ ସମସ୍ୟା ବଢ଼ିବଢ଼ି ଚାଲିଛି। ତେଣୁ ଏହାର ସମାଧାନ ଉପରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଧ୍ୟାନ ଦେବା ପାଇଁ ଶ୍ରୀ ଦାଶ ଅନୁରୋଧ କରିଛନ୍ତି।