ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” କାର୍ଯକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଘର ହିଁ ବିଦ୍ୟାଳୟ ପ୍ରକଳ୍ପ କାର୍ଯକ୍ରମର ଦ୍ୱିତୀୟ ପର୍ଯ୍ୟାୟ ଅନୁଷ୍ଠିତ ହୋଇଛି । ମୁଖ୍ୟଅତିଥି ରୂପେ ପ୍ରଜାମଣ୍ଡଳ ମହିଳା ମହାବିଦ୍ୟାଳୟର ଶିକ୍ଷା ବିଭାଗୀୟ ମୁଖ୍ୟ କୃପାସିନ୍ଧୁ କରନ୍ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ। ପ୍ରଧାନଚାର୍ଯ୍ୟ ଅମ୍ବିକା ପ୍ରସାଦ ପଟ୍ଟନାୟକ ଅତିଥିଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯକ୍ରମ ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଶିଶୁଙ୍କ ଶାରୀରିକ ଓ ମାନସିକ  ଆବଶ୍ୟକତା ଓ ପରିବାରରେ ଆହାର ଓ ବିହାର ବ୍ୟବସ୍ଥା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନ କରିଥିଲେ ।
ଅନୁଷ୍ଠାନର ସଭାପତି କେଶବ ଚନ୍ଦ୍ର ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯକ୍ରମଟି ବିଦ୍ୟାଳୟର ସମ୍ପାଦକ ଭାସ୍କର ଚନ୍ଦ୍ର ସାହୁ, ସମସ୍ତ ଗୁରୁଜୀ ଗୁରୂମା ଓ ପରିଚାଳନା ସମିତି ଓ ସେବକ ସେବିକାଙ୍କ ସହଯୋଗରେ ସମ୍ପନ୍ନ ହୋଇଥିଲା । ଉକ୍ତ କାର୍ଯକ୍ରମରେ ମୋଟ ୫୦ଜଣ ଅଭିଭାବକ ଉପସ୍ଥିତ ଥିଲେ । ପରିଶେଷରେ ଛୋଟ ଶିଶୁ ଭାଇ ଭଉଣୀଙ୍କ ଦ୍ଵାରା ସାଂସ୍କୃତିକ କାର୍ଯକ୍ରମ କରାଯାଇଥିଲା।

Related posts