ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ ଜ଼ିଲ୍ଲା ମାଛିପଡା ପଂଚାୟତର ରଘୁନାଥପୁରରେ ପାଳିତ ହୋଇଯାଇଛି ଲଢୁକେଶ ମହାଦେବଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ପ୍ରଥମ ଦିନ ଅଙ୍କୁରାରୋପଣ କାର୍ଯ୍ୟକ୍ରମରେ ଗ୍ରାମର ଶତାଧିକ ପୁରୁଷ ଓ ମହିଳାମାନେ ଗ୍ରାମ ନଈରୁ କଳସ ଯାତ୍ରା କରି ଗ୍ରାମ ପରିକ୍ରମା କରିବାପରେ ମନ୍ଦିରରେ ଆସି ପହଞ୍ଚିଥିଲେ। ପରେ ଯଜ୍ଞକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ଅଙ୍କୁରାରୋପଣ, ସୂର୍ଯ୍ୟପୂଜା, ସମସ୍ତ ଦେବାଦେବୀଙ୍କୁ ବେଦ ଧୂନିରେ ଆମନ୍ତ୍ରଣ କରାଯାଇଥିଲା। ପରେ କଳସ ଯାତ୍ରାରେ ସାମିଲ ଥିବା ସମସ୍ତ ବ୍ରତଧାରୀମାନେ ପଣା ସେବନ କରିବା ସାଙ୍ଗକୁ ପ୍ରସାଦ ସେବନ କରିଥିଲେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ କବି ସମ୍ମିଳନୀ ହୋଇଥିଲା। ୪ଦିନ ଧରି ବିଭିନ୍ନ କାର୍ଯ୍ୟକ୍ରମ ରହିଥିବା ବେଳେ ମହାଶିବରାତ୍ରିଦିନ ଲଡ଼ୁକେଶ ମହାଦେବଙ୍କର ପ୍ରାଣ ପ୍ରତିଷ୍ଠା ଉତ୍ସବ ପାଳନ କରାଯିବବୋଲି ଗ୍ରାମ୍ୟ କମିଟି ପକ୍ଷରୁ ସୂଚନା ଦିଆଯାଇଛି।
