ନୟାଗଡ଼,(ନୟାଗଡ଼ ଦର୍ପଣ): ଜଣେ ଶିକ୍ଷକର କେବେ ଅବସର ନଥାଏ। ସେ ସବୁ ସମୟ ପାଇଁ ହିଁ ଶିକ୍ଷକ ଅଟେ । ଜଣେ ଶିକ୍ଷକ ସମଗ୍ର ଜୀବନକାଳ ପର୍ଯ୍ୟନ୍ତ ଶିକ୍ଷକର ମର୍ଯ୍ୟଦା ହିଁ ପାଇଥାଏ । ନୟାଗଡ଼ ବ୍ଲକ ଅନ୍ତର୍ଗତ ମୁଥାଗାଡ଼ିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ରୋଜାଲିନ ପଟ୍ଟନାୟକଙ୍କ ଆଜି ଅବସରକାଳୀନ ବିଦାୟ ସମ୍ବର୍ଦ୍ଧନା ସଭାରେ ଯୋଗଦାନ କରିଥିବା ଅତିଥିମାନେ ଏଭଳି ମତବ୍ୟକ୍ତ କରିଛନ୍ତି । ମୁଥାଗାଡ଼ିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ବିଦାୟ କାଳୀନ ସମ୍ବର୍ଦ୍ଧନା ସଭାରେ ନବଘନପୁର କ୍ଲଷ୍ଟର ସିଆରସିସି ଅଶୋକ କୁମାର ପ୍ରଧାନ ପୌରହିତ୍ୟ କରିଥିବା ବେଳେ ସମ୍ମାନୀତ ଅତିଥିଭାବେ ଗ୍ରାମ ସଭାପତି ପ୍ରବିତ୍ର ମୋହନ ପରିଡ଼ା, ପ୍ରାଥମିକ ଶିକ୍ଷକ ସଂଘ ସମ୍ପାଦକ ସୁରେଶ କୁମାର ସେଠି, ଲକ୍ଷ୍ମୀଧର ସାହୁ, ସୁରେଶ ସେଠୀ, ଅଶୋକ ମଲ୍ଲ, ଧନେଶ୍ୱର ସ୍ୱାଇଁ, ସମଗ୍ର ଶିକ୍ଷା ପ୍ରୋଗ୍ରାମର ସୁଦର୍ଶନ ସାହୁ, ପୂର୍ବତନ ପ୍ରଧାନ ଶିକ୍ଷକ ଧୁମର ସେଠୀ ପ୍ରମୁଖ ଯୋଗଦାନ କରି ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷୟିତ୍ରୀ ମନୋରମା ଦେବୀ ଜଣେ କର୍ମଠ, ଦକ୍ଷ ତଥା ଛାତ୍ରବତ୍ସଳ ଶିକ୍ଷୟିତ୍ରୀ ଥିଲେ ବୋଲି ବର୍ଣ୍ଣନା କରିଥିଲେ । ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ କୁନ୍ତଳା କୁମାରୀ ଦେବୀ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶିକ୍ଷକ ଉମେଶ ଚନ୍ଦ୍ର ସ୍ୱାଇଁ ଧନ୍ୟବାଦ ଅର୍ପଣ କରିଥିଲେ।ଶେଷରେ ଅବସର ଗ୍ରହଣ କରିଥିବା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ସଂପୃକ୍ତ ବିଦ୍ୟାଳୟ ଏବଂ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ମାନପତ୍ର, ଉପଢୌକନ ଏବଂ ଉପହାର ପ୍ରଦାନ କରାଯାଇ ସମ୍ବର୍ଦ୍ଧିିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମ ପରିଚାଳନାରେ ବିଦ୍ୟାଳୟର ଶିକ୍ଷକ ମନ୍ମଥ କିଶୋର ନାୟକ,ଉମେଶ ସ୍ୱାଇଁ ଏବଂ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାଵାଳା ମହାନ୍ତି, ମିନତୀ ଭୂୟାଁ ପ୍ରମୁଖ ସହଯୋଗ କରିଥିବା ବେଳେ ପରିଚାଳନା କମିଟିର ସମସ୍ତ ସଦସ୍ୟ, କ୍ଲଷ୍ଟର ଅନ୍ତର୍ଗତ ବିଦ୍ୟାଳୟ ମାନଙ୍କ ପ୍ରଧାନ ଶିକ୍ଷକ, ଶିକ୍ଷୟିତ୍ରୀ, ଅଙ୍ଗନବାଡି କର୍ମୀ ତଥା ସ୍ଥାନୀୟ ଅଞ୍ଚଳର ଜନସାଧାରଣ ଯୋଗଦାନ କରିଥିଲେ।
