ଇଟାମାଟି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” କାର୍ଯ୍ୟକ୍ରମ ଅନୁଷ୍ଠିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଇଟାମାଟି ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିରରେ ଶିଶୁବାଟିକା ବିଭାଗ “ଘର ହିଁ ବିଦ୍ୟାଳୟ ପ୍ରକଳ୍ପ” ପ୍ରଥମ ପର୍ଯ୍ୟାୟର ଚତୁର୍ଥ ସୋପାନ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ବଂଶୀଧର ମହାବିଦ୍ୟାଳୟ, ଇଟାମାଟିରର ଅବସରପ୍ରାପ୍ତ ଅଧ୍ୟକ୍ଷ ହରପ୍ରସାଦ ରଣସିଂ ମହୋଦୟ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଆଗେଇ ନେଇଥିଲେ। ପ୍ରଧାନାଚାର୍ଯ୍ୟ ପ୍ରକାଶ ଜୀବନ ପାଳ ମୁଖ୍ୟ ଅତିଥି ଅଧିକାରୀଙ୍କ ପରିଚୟ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ। ମୁଖ୍ୟ ଅତିଥି ଆଜିର ଆଲୋଚ୍ୟ ବିଷୟ ଔପଚାରିକ ଓ ଅନୌପଚାରିକ ଶିକ୍ଷା ବିଷୟରେ ସୁଚିନ୍ତିତ ମତାମତ ଉପସ୍ଥାପନା କରିଥିଲେ। ଶିଶୁ ଭାଇଭଉଣୀମାନଙ୍କ ଦ୍ଵାରା ସ୍ବାଗତ ସଙ୍ଗୀତ, ବିଷୟକୁ ନେଇ ନୃତ୍ୟ, ପ୍ରାୟୋଗିକ (ଜନ୍ମଦିନ ପାଳନ, ଗଣେଶଙ୍କ ଚତୁରତା ବାଲନାଟ୍ୟ) କରାଯାଇଥିଲା। ପରିଚାଳନା ସମିତିର ସଦସ୍ୟା ସୁବାସିନୀ ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନ ଆଚାର୍ଯ୍ୟ, ଶିଶୁବାଟିକା ପ୍ରମୁଖ ପ୍ରାତଃ ପର୍ଯ୍ୟାୟ ଗୁରୁମା ଏବଂ ସେବିକାଙ୍କ ସହଯୋଗରେ ସମ୍ପନ୍ନ ହୋଇଥିଲା। ୬୫ଜଣ ଅଭିଭାବକ ଓ ଅଭିଭାବିକା ଉପସ୍ଥିତ ଥିଲେ।

Related posts