ନୟାଗଡ଼,(ନୟାଗଡ଼ ଦର୍ପଣ): ରାଜ୍ୟ ସରକାର ନୟାଗଡ଼ ଜିଲ୍ଲାରେ ୩ଜଣ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ନିଯୁକ୍ତି ଦେଇଥିବା ବେଳେ ଆଜି ସେମାନେ କାର୍ଯ୍ୟରେ ଯୋଗଦାନ କରିଛନ୍ତି। ଜିଲ୍ଲା ଶିକ୍ଷାଧିକାରୀ ଚିତ୍ତରଞ୍ଜନ ପାଣ୍ଡେ ସେମାନଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ ଜଣାଇଥିବା ବେଳେ ବିଭିନ୍ନ ଶିକ୍ଷକ ସଂଗଠନ ପକ୍ଷରୁ ଅନୁରୂପ ଭାବେ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଥିଲା। ପ୍ରକାଶଥାଉ କି କେନ୍ଦ୍ରାପଡ଼ା ବ୍ଲକ ଶିକ୍ଷାଧିକାରିଣୀ ଗୀତାଞ୍ଜଳି ସାହୁ, ଟାଙ୍ଗୀ ବ୍ଲକ ଶିକ୍ଷାଧିକାରିଣୀ ବନଲତା ବେହେରା ଏବଂ ଖୋର୍ଦ୍ଧା ବ୍ଲକ ଶିକ୍ଷାଧିକାରିଣୀ ସନ୍ଧ୍ୟାରାଣୀ ରାଉତ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ଭାବେ ପଦୋନ୍ନତି ପାଇ ନୟାଗଡ଼ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟରେ ଯୋଗଦାନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲ୍ଲା ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ(ପିଷ୍ଟା), ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ ଏବଂ ଜିଲ୍ଲା ଏକ୍ସ କ୍ୟାଡର ଶିକ୍ଷକ ସଂଘ ପକ୍ଷରୁ ଶିକ୍ଷକ ନେତା ଜ୍ୟୋତି ରଞ୍ଜନ ଦାଶ, ଭକ୍ତ ରଞ୍ଜନ ମିଶ୍ର, ଶେଖ ଅବଦୁଲ ଖାଲିକ, ବିଭୁ ପ୍ରସାଦ ସାହୁ, ଲକ୍ଷ୍ମୀଧର ସାହୁ, ସୁରେଶ ସେଠୀ, ଦୀନବନ୍ଧୁ ସାହୁ, ରବୀନ୍ଦ୍ର କୁମାର ସାହୁ ତଥା ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ମୁଖ୍ୟ କିରାଣୀ ରାମକୃଷ୍ଣ ପଟ୍ଟନାୟକ, ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଶରତ କୁମାର ସାହୁ, ଜିଲ୍ଲା କ୍ରୀଡ଼ା ଶିକ୍ଷାଧିକାରୀ ଅନିଲ କୁମାର ଦାଶ ପ୍ରମୁଖ ଉପସ୍ଥିତ ରହି ଯୋଗଦାନ କରିଥିବା ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀ ମାନଙ୍କୁ ଫୁଲତୋଡ଼ା ଦେଇ ସ୍ୱାଗତ କରିଥିଲେ।
ଜିଲ୍ଲାରେ ୩ଜଣ ଅତିରିକ୍ତ ଜିଲ୍ଲା ଶିକ୍ଷାଧିକାରୀଙ୍କ ଯୋଗଦାନ, ଶିକ୍ଷକ ସଂଗଠନ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା
