ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ବାଜିମାତ

ନୟାଗଡ଼,(ନୟାଗଡ଼ ଦର୍ପଣ): ଚଳିତ ଶିକ୍ଷାବର୍ଷ ୨୦୨୪-୨୫ ମାଧ୍ୟମିକ ପରୀକ୍ଷାରେ ନୟାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ରଛାତ୍ରୀଙ୍କ ଶତପ୍ରତିଶତ ସଫଳତା ଲାଭ କରିଛି। A1 ଗ୍ରେଡ଼ରେ ୬ଜଣ ଛାତ୍ରଛାତ୍ରୀ ସେହିପରି A2ରେ ୧୭ଜଣ, B1ରେ ୨୧ଜଣ B2ରେ ୨୧ଜଣ, C ଗ୍ରେଡ଼ରେ ୧୮ଜଣ, D-୨ଜଣ। ଏହିପରି କୃତି ଛାତ୍ରଛାତ୍ରୀ ମାନେ ବ୍ୟାପକ ସଫଳତା ଅର୍ଜନ କରି ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି। ଆଶିଷ କୁମାର ପ୍ରଧାନ ସର୍ବୋଚ୍ଚ ୫୭୩ନମ୍ବର ରଖି ପିତାମାତା, ବିଦ୍ୟାଳୟ ଓ ସମ୍ପୂର୍ଣ୍ଣ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି।

ସେହିପରି ତୃତୀୟ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷାରେ ଆୟୁଷ କୁମାର ପ୍ରଧାନ ନୟାଗଡ଼ ବ୍ଲକରେ ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ସେ ମୋଟ ୧୦୦ ରୁ ୯୯ ନମ୍ବର ରଖି କୃତ୍ତିତ୍ୱ ହାସଲ କରିଛନ୍ତି। ଗିରିଶ କୁମାର ଘଡେଇ ଦ୍ଵିତୀୟ ରାଙ୍କ ଓ ସ୍ବର୍ଣ୍ଣଲତା ପାଳ ମଧ୍ୟ ସ୍ଥାନିତ ଅଛନ୍ତି। ୫ମ ଶ୍ରେଣୀ ସରକାରୀ ବୃତ୍ତି ପରୀକ୍ଷାରେ ଆୟୁଷ କୁମାର ମହାନ୍ତି କୃତିତ୍ୱ ହାସଲ କରିଛନ୍ତି। ସେହିପରି ଶିକ୍ଷାବିକାଶ ସମିତି ଓଡିଶା ଆନୁକୂଲ୍ୟରେ ଆୟୋଜିତ ଭାରତିକୃଷ୍ଣ ଗଣିତ ପ୍ରତିଭା ପରୀକ୍ଷାରେ ରାଜ୍ୟର ପ୍ରଥମ ୧୦ଜଣଙ୍କ ମଧ୍ୟରେ ଅଷ୍ଟମ ସ୍ଥାନରେ ତୃତୀୟ ଶ୍ରେଣୀର ଛାତ୍ର ସ୍ୱସ୍ତିକ ମହାପାତ୍ର ସ୍ଥାନିତ ଅଛନ୍ତି।

Related posts