ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତ-ପାକିସ୍ଥାନ ଯୁଦ୍ଧ ପରିପ୍ରେକ୍ଷୀରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ୧୧ ତାରିଖରେ ନୟାଗଡ଼ ଟାଉନ ରେଳ ଷ୍ଟେସନରେ ହେବାକୁ ଥିବା ବିକ୍ଷୋଭ ତଥା ଗଣଧାରଣାକୁ ସ୍ଥଗିତ ରଖା ଯାଇଛି।ପରିସ୍ଥିତି ସ୍ୱାଭାବିକ ହେଲେ ପୁନର୍ବାର ଆନ୍ଦୋଳନ କରାଯିବ ବୋଲି ନାଗରିକ ମଞ୍ଚ ପକ୍ଷରୁ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ନୟାଗଡ଼ରୁ ହାୱଡ଼ା ଏବଂ ବାଙ୍ଗାଲୋରକୁ ରେଳ ସଂଯୋଗ କରାଯିବା, ଦଶପଲ୍ଲାରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନ (ନଂ ୧୮୪୨୩/୧୮୪୨୪)କୁ କଟକ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ଦଶପଲ୍ଲାରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନ(ନଂ ୬୮୪୪୯/୫୦)କୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା, ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକର ବଗି ସଂଖ୍ୟା ବୃଦ୍ଧି କରିବା, ରେଳ ଷ୍ଟେସନରେ ଆଉ ଏକ ଟିକେଟ କାଉଣ୍ଟର ଖୋଲିବା କିମ୍ବା ନୂତନ କରି ସ୍ଥାପିତ ହୋଇଥିବା ଟିକେଟ ଭେଣ୍ଡିଂ ମେସିନରେ କର୍ମଚାରୀ ନିଯୁକ୍ତି କରିବା ଆଦି ବିଭିନ୍ନ ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆନ୍ଦୋଳନ ପାଇଁ ଚେତାବନୀ ଦିଆ ଯାଇଥିଲା।
Related posts
-
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ବାର୍ଷିକ ବିଜ୍ଞାନମେଳା ଓ କଣ୍ଢେଇ ମେଳା ଅନୁଷ୍ଠିତ
୧୬୦ ପ୍ରକଳ୍ପରେ ଝଲସିଲା କୁନି ବୈଜ୍ଞାନିକଙ୍କ ପ୍ରତିଭା ନୟାଗଡ଼, (ନୟାଗଡ଼ ଦର୍ପଣ): ଛାତ୍ରଛାତ୍ରୀଙ୍କ ମନରେ ବିଜ୍ଞାନ ପ୍ରତି ଆଗ୍ରହ, ଅନୁସନ୍ଧାନମନସ୍କତା ଓ... -
ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବିପର୍ଯ୍ୟସ୍ତ
ମଗରବନ୍ଧ ବାଲିସାହି ପ୍ରାଥମିକ ବିଦ୍ୟାଳୟ ନଗ୍ନ ଦୃଷ୍ଟାନ୍ତ : କଂଗ୍ରେସ ନୟାଗଡ଼, (ନୟାଗଡ଼ ଦର୍ପଣ): ନୟାଗଡ଼ ଜିଲ୍ଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା... -
ବିଦ୍ୟାଳୟରେ ସଂସ୍କୃତ ଭାଷା ଆଲୋଚନା ଓ ପ୍ରତିଯୋଗିତା
ନୟାଗଡ଼, (ନୟାଗଡ଼ ଦର୍ପଣ): ସରକାରୀ ଉଚ୍ଚ ବିଦ୍ୟାଳୟ, ସିନ୍ଦୁରିଆ ପରିସରରେ ସଂସ୍କୃତ ଭାଷାର ମହତ୍ତ୍ୱ ଓ ଆମ ସଂସ୍କୃତିରେ ଏହାର ଭୂମିକା...
