ନୟାଗଡ଼,(ନୟାଗଡ଼ ଦର୍ପଣ): ଭାରତ-ପାକିସ୍ଥାନ ଯୁଦ୍ଧ ପରିପ୍ରେକ୍ଷୀରେ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ୧୧ ତାରିଖରେ ନୟାଗଡ଼ ଟାଉନ ରେଳ ଷ୍ଟେସନରେ ହେବାକୁ ଥିବା ବିକ୍ଷୋଭ ତଥା ଗଣଧାରଣାକୁ ସ୍ଥଗିତ ରଖା ଯାଇଛି।ପରିସ୍ଥିତି ସ୍ୱାଭାବିକ ହେଲେ ପୁନର୍ବାର ଆନ୍ଦୋଳନ କରାଯିବ ବୋଲି ନାଗରିକ ମଞ୍ଚ ପକ୍ଷରୁ ସଭାପତି ପ୍ରମୋଦ ପଟ୍ଟନାୟକ ଏବଂ ସମ୍ପାଦକ ଲକ୍ଷ୍ମୀଧର ସାହୁ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ ଯେ ନୟାଗଡ଼ରୁ ହାୱଡ଼ା ଏବଂ ବାଙ୍ଗାଲୋରକୁ ରେଳ ସଂଯୋଗ କରାଯିବା, ଦଶପଲ୍ଲାରୁ ଭୁବନେଶ୍ୱର ଯାଉଥିବା ମେମୁ ଟ୍ରେନ (ନଂ ୧୮୪୨୩/୧୮୪୨୪)କୁ କଟକ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା, ଦଶପଲ୍ଲାରୁ ପୁରୀ ଯାଉଥିବା ପାସେଞ୍ଜର ଟ୍ରେନ(ନଂ ୬୮୪୪୯/୫୦)କୁ ବଦଳାଇ ମେମୁ ଟ୍ରେନ ପ୍ରଚଳନ କରିବା, ଚଳାଚଳ କରୁଥିବା ଟ୍ରେନ ଗୁଡ଼ିକର ବଗି ସଂଖ୍ୟା ବୃଦ୍ଧି କରିବା, ରେଳ ଷ୍ଟେସନରେ ଆଉ ଏକ ଟିକେଟ କାଉଣ୍ଟର ଖୋଲିବା କିମ୍ବା ନୂତନ କରି ସ୍ଥାପିତ ହୋଇଥିବା ଟିକେଟ ଭେଣ୍ଡିଂ ମେସିନରେ କର୍ମଚାରୀ ନିଯୁକ୍ତି କରିବା ଆଦି ବିଭିନ୍ନ ଦାବି ନେଇ ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଆନ୍ଦୋଳନ ପାଇଁ ଚେତାବନୀ ଦିଆ ଯାଇଥିଲା।
Related posts
-
କୁସୁମାଞ୍ଜଳିର ୫ମ ସ୍ଵନକ୍ଷତ୍ର ଉତ୍ସବ ଅନୁଷ୍ଠିତ
ନୟାଗଡ, (ନୟାଗଡ଼ ଦର୍ପଣ): ନୟାଗଡରୁ ପ୍ରକାଶିତ ହେଉଥିବା କୁସୁମାଞ୍ଜଳୀର ୫ମ ସ୍ଵନକ୍ଷତ୍ର ଉତ୍ସବ ଓ ରାଜ୍ୟସ୍ତରୀୟ କବିତା ପାଠୋତ୍ସବ ଆଜି ନୟାଗଡର... -
କିଚେନ୍ ଗାର୍ଡେନ୍ ସମ୍ବନ୍ଧୀୟ କର୍ମଶାଳା
ନୟାଗଡ଼, (ନୟାଗଡ଼ ଦର୍ପଣ): ଓଡ଼ିଶା ସରକାରଙ୍କର ଜଙ୍ଗଲ ଓ ପରିବେଶ ମନ୍ତ୍ରାଳୟ ଅଧୀନସ୍ଥ ପରିବେଶ ଅଧ୍ୟୟନ କେନ୍ଦ୍ର ପ୍ରାୟୋଜିତ କିଚେନ ଗାର୍ଡେନିଙ୍ଗ... -
ଚିନ୍ମୟ ମିଶନ ପକ୍ଷରୁ ହନୁମାନ ଚାଳିଶା ପଠନ ଏବଂ ସମୂହ ପ୍ରସାଦ ସେବନ
ନୟାଗଡ଼,(ନୟାଗଡ଼ ଦର୍ପଣ): ଚିନ୍ମୟ ମିଶନ ନୟାଗଡ଼ ଜିଲ୍ଲା ଶାଖା ପକ୍ଷରୁ ସ୍ଥାନୀୟ ତ୍ରିନାଥ ଛକସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ହନୁମାନ ଚାଳିଶା...
