ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କ ‘ଅଲଭ୍ୟ’ ପୁସ୍ତକ ଉନ୍ମୋଚିତ

ନୟାଗଡ଼, (ନୟାଗଡ଼ ଦର୍ପଣ): ଜ୍ଞାନ ପ୍ରକାଶର ନବମ ବାର୍ଷିକ ଉତ୍ସବ ଓ ନେସନାଲ୍ କନଫରେନ୍ସ-୨୦୨୫ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଜ୍ଞାନ ପ୍ରକାଶ ପତ୍ରିକା ଉନ୍ମୋଚନ ସହ ଆଦର୍ଶ ଶିକ୍ଷକ, ଲେଖକ ଓ କବି ଡକ୍ଟର ପ୍ରତାପ କୁମାର ପରିଡ଼ାଙ୍କର  ପ୍ରଥମ  କବିତା ସଂଙ୍କଳନ ଅଲଭ୍ୟ ପୁସ୍ତକ ଉନ୍ମୋଚନ ହୋଇଯାଇଛି । ସମ୍ବର୍ଦ୍ଧନା ପର୍ବରେ ପ୍ରତାପ କୁମାର ପରିଡ଼ାଙ୍କୁ ଶିକ୍ଷା ଓ ସାହିତ୍ୟ ସମ୍ମାନ-୨୦୨୫ରେ ସମ୍ମାନିତ କରାଯାଇଥିଲା। ମୁଖ୍ୟ ଅତିଥି ବ୍ୟଙ୍ଗକବି ଜ୍ଞାନ ହୋତା ଓ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ୱରର ପ୍ରଫେସର ଲକ୍ଷ୍ମୀଧର ବେହେରା, କୋଠଘର ପ୍ରତିଷ୍ଠାତା ସମ୍ପାଦିକା ଅମ୍ବିକା ସ୍ବାଇଁ ଓ ଅନ୍ୟାନ୍ୟ ଅତିଥି ଉପସ୍ଥିତ ଥିଲେ।  ଜ୍ଞାନ ପ୍ରକାଶର ପ୍ରତିଷ୍ଠାତା ସମ୍ପାଦକ ଜ୍ଞାନଚାନ୍ଦ ଶତପଥୀ  ମଞ୍ଚ ପରିଚାଳନା  ଓ ଧନ୍ୟବାଦ ଅର୍ପଣ କରିଥିଲେ।

Related posts