ରୋଟାରୀ କ୍ଲବ ନୟାଗଡ଼ ତରଫରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ଚଷମା ବଣ୍ଟନ କାର୍ଯ୍ୟକ୍ରମ

ନୟାଗଡ଼, (ନୟାଗଡ଼ ଦର୍ପଣ): ରୋଟାରୀ କ୍ଲବ ନୟାଗଡ଼ ଏବଂ ରୋଟାରୀ ଚକ୍ଷୁ ଚିକିତ୍ସାଳୟ ଭୁବନେଶ୍ୱର ର ମିଳିତ ସହଯୋଗରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ଏବଂ ମାଗଣା ଚଷମା ବଣ୍ଟନ କାର୍ଯ୍ୟକ୍ରମ ଓଡ଼ଗାଁ ବ୍ଲକ ଆରଡା ପଞ୍ଚାୟତର କେନ୍ଦୁପଲ୍ଲୀ ଗାଁ’ରେ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରଟି ରୋଟାରୀ କ୍ଲବର ପୂର୍ବତନ ସଭାପତି ରୋଟାରିଆନ ଶ୍ରୀକାନ୍ତ ଖଟେଇଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଜିଲ୍ଲାପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ସରପଞ୍ଚ ସୁନିତା ସାହୁ ଓ କେନ୍ଦୁପଲ୍ଲୀ ଗାଁ’ର ସଭାପତି ରାଜକିଶୋର ନାୟକ ଓ ସଂପାଦକ ପ୍ରମୋଦ ପ୍ରଧାନ ଯୋଗଦେଇଥିଲେ। ଅଧ୍ୟକ୍ଷ ଶ୍ରୀ ପଟ୍ଟନାୟକ ରୋଗୀମାନଙ୍କୁ ଚଷମା ବଣ୍ଟନ କରିବା ସହ ସେମାନଙ୍କ ସହ ତାଙ୍କର ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଶିବିରକୁ ପରିଚାଳନା କରିବାକୁ  ରୋଟାରୀ କ୍ଳବ୍ ସଂପାଦକ ଅବିନାଶ ସାହୁ, ସଦସ୍ୟ ମିହିର ରଞ୍ଜନ ନାୟକ, ବାସୁଦେବ ସାହୁ, ପ୍ରବୀର ପୃଷ୍ଟି, ଧୀରେନ୍ଦ୍ର ପଟ୍ଟନାୟକ ଏବଂ ପଞ୍ଚାୟତର ଓ୍ବାର୍ଡ ମେମ୍ବର ରଘୁନାଥ ପ୍ରଧାନ, ଅଭିମନ୍ୟୁ ପ୍ରଧାନ, ସନ୍ତୋଷ ପରିଡ଼ା ଏବଂ ରମେଶ କୁମାର ପରିଜା ପ୍ରମୁଖ  ସହାୟତା ପ୍ରଦାନ କରିଥିଲେ। ସ୍ଥାନୀୟ ଅଞ୍ଚଳର ଅନେକ ଆଖି ରୋଗୀ ଚିକିତ୍ସା ପାଇଁ ଏହି ଶିବିରକୁ ଆସିଥିଲେ। ଚିକିତ୍ସା ପରେ ସେମାନେ ନିଜର ଖୁସି ବ୍ୟକ୍ତ କରିଥିଲେ। ପ୍ରାୟ ୧୫ଜଣ ରୋଗୀଙ୍କୁ ମାଗଣା ମୋତିଆବିନ୍ଦୁ ଅସ୍ତ୍ରୋପଚାର ପାଇଁ ରୋଟାରୀ ଭୁବନେଶ୍ୱର ଚକ୍ଷୁ ଚିକିତ୍ସାଳୟକୁ ନିଆଯାଇଥିବା ସୂଚନା ମିଳିଛି।

Related posts